ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ ବାଲିଯାତ୍ରା ଉପର ଓ ତଳ ପଡ଼ିଆରେ କରାଯିବାକୁ ସ୍ଥିର କରାଯାଇଛି ବୋଲି ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ବୁଧବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି।
ପ୍ରସ୍ତୁତି ବୈଠକରେ ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରାଯିବା ସହ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଧାନ୍ୟ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ବୈଦ୍ୟୁତିକ ସୁରକ୍ଷା, ମଞ୍ଚ ଓ ଭିତ୍ତିଭୂମି ସୁରକ୍ଷା, ଅଗ୍ନିଶମ ସୁରକ୍ଷାକୁ ସୁନିଶ୍ଚିତ କରାଇବା, ଦୋଳି ସମେତ ଅନ୍ୟାନ୍ୟ ମନୋରଞ୍ଜନଭିତ୍ତିକ ସରଞ୍ଜାମର ସୁରକ୍ଷା ପ୍ରମାଣପତ୍ର ସହ ମାନକ ନିର୍ଦ୍ଦେଶାବଳୀ ଉପରେ ଗୁରୁତ୍ୱ ଦେବାକୁ ଜିଲାପାଳ କହିଛନ୍ତି। ଆଇନଶୃଙ୍ଖଳା, ଗମନାଗମନ, ଯାତାୟାତ, ଗାଡ଼ି ରହଣି ସ୍ଥଳ, ସ୍ବଚ୍ଛତା, ବିଦ୍ୟୁତ୍‌ ଯୋଗାଣ, ପଡ଼ିଆ ସମତୁଲ କରିବା, ଖାଦ୍ୟ ସୁରକ୍ଷା, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଓ ଅସ୍ଥାୟୀ ଶୌଚାଳୟ ନିର୍ମାଣ, ବିଶେଷ କରି ଅଧିକ ସଂଖ୍ୟକ ସିସିଟିଭି ସ୍ଥାପନ ଉପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri