ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ ଉଦ୍‌ଘାଟନ କରିବେ। ବୋଟ୍‌କ୍ଲବଠାରୁ ୪ଟି ବୋଇତରେ ମଞ୍ଚ ନିକଟକୁ ଆସିବେ ଅତିଥି। ଏହି ଅବସରରେ ୧୩ ଦକ୍ଷିଣ ପୂର୍ବ ଏସୀୟ ଦେଶର ରାଷ୍ଟ୍ରଦୂତ ଯୋଗ ଦେବେ। ଗତବର୍ଷ ୬୦ ଲକ୍ଷରୁ ଅଧୁକ ଲୋକ ବାଲିଯାତ୍ରା ବୁଲିଥିବା ବେଳେ ଚଳିତ ବର୍ଷ ରେକର୍ଡ ଭାଙ୍ଗିବ ବାଲିଯାତ୍ରା ଭିଡ଼। ଏସିଆ ମହାଦେଶର ଏହି ସର୍ବବୃହତ ମୁକ୍ତାକାଶ ମେଳାରେ ୭୦ ଲକ୍ଷ ଜନସମାଗମ ଆକଳନ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପଡ଼ିଆରେ ମିଳିବ ଦେଶୀ ପିଠା। ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନୁହେଁ ବରଂ ଅନ୍ତର୍ଜାତୀୟ ମାନ୍ୟତା ବା ୟୁନେସ୍କୋ ସାର୍ଟିଫିକେଶନ ହାସଲ କରିବା ଏବେ ପ୍ରାଥମିକତା ପାଲଟିଛି। ଏଥିପାଇଁ ଜିଲା ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି। ଚଳିତବର୍ଷ ଭଳି ଲଗାତର ୩ ବର୍ଷ ଧରି ଏହି ଭଳି ଶୈଳୀରେ ବାଲିଯାତ୍ରା ଆୟୋଜନ ହେଲେ ଅନ୍ତର୍ଜାତୀୟ ମାନ୍ୟତା ମିଳିବା ସମ୍ଭାବନା ବଢ଼ିବ ବୋଲି କହିଛନ୍ତି ଜିଲାପାଳ। ଦକ୍ଷିଣ-ପୂର୍ବ ରାଷ୍ଟ୍ର ସମୂହ ସହ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ନେଇ ଏକ ସ୍ବତନ୍ତ୍ର ପାଭିଲିୟନର ଆକର୍ଷଣ ଯୋଡ଼ା ଯାଉଛି।

ବାର୍ଲି,ଇଣ୍ଡୋନେସିଆ ଭଳି ୮ଟି ଦେଶର ସାଂସ୍କୃତିକ ଦଳ ବି ଆସିବେ ବାଲିଯାତ୍ରାକୁ। ଏଥର ଅନ୍ୟତମ ଆକର୍ଷଣ ପାଲଟିବ କଟକ ଇନ୍‌ କଟକ। ଓଡ଼ିଆ ଅସ୍ମିତା ସହ ଓଡ଼ିଆ ସିନେମାର କ୍ରମ ବିକାଶର ଚିତ୍ର ସ୍ଥାନ ପାଇଛି ସେଠାରେ। ଏହା ଛଡ଼ା ମହାନଦୀରେ ଲେଜର ଶୋ’, ଡ୍ରୋନ ଶୋ’, ସହ ଜଳକ୍ରୀଡ଼ାର ଭରପୂର ଆନନ୍ଦ ନେଇପାରିବେ ଲୋକେ। ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଆମେରିକା-ଇରାନ ଯୁଦ୍ଧ ଆମକୁ ଆଉ ଦରକାର ନାହିଁ, କାହିଁକି ରାଗି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୮ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ବ୍ରିଟେନର ସମର୍ଥନର ଅଭାବକୁ ଉଲ୍ଲେଖ କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ଷ୍ଟାର୍‌ମରଙ୍କୁ ଟାର୍ଗେଟ କରି…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri