ସରିଲା ଐତିହାସିକ କଟକ ବାଲିଯାତ୍ରା: ୭୦ ଲକ୍ଷ ଦର୍ଶକ, ୩୦୦ କୋଟି ଟଙ୍କାର କାରବାର

କଟକ,୧୪ା୧୧: ଐତିହାସିକ କଟକ ବାଲିଯାତ୍ରା ୯ ଦିନ ପରେ ସମାପ୍ତ ହୋଇଛି। ଚଳିତ ବର୍ଷର ଏହି ମେଳା ଆକର୍ଷଣୀୟ କାର୍ଯ୍ୟକ୍ରମ ଏବଂ ବ୍ୟାପକ ବ୍ୟବସାୟ ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ୯ ଦିନର ଏହି ଯାତ୍ରାରେ ପ୍ରାୟ ୭୦ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହୋଇଥିବା ଆକଳନ କରାଯାଉଛି। ଶନିବାର ଓ ରବିବାର ସର୍ବକାଳୀନ ରେକର୍ଡ ଭିଡ଼ ହୋଇଥିଲା, ଯେଉଁଥିରେ କେବଳ ରବିବାର ଦର୍ଶକ ସଂଖ୍ୟା ୧୫ ଲକ୍ଷ ଟପିଥିଲା।

ଚଳିତ ବର୍ଷ ବାଲିଯାତ୍ରାରେ ପ୍ରାୟ ୩୦୦ କୋଟି ଟଙ୍କାର ବେପାର ହୋଇଥିବା ଅନୁମାନ କରାଯାଉଛି। ପଲ୍ଲୀଶ୍ରୀ ମେଳାରେ ୨,୫୦୦ରୁ ଅଧିକ ଷ୍ଟଲ୍ ସ୍ଥାପିତ ହୋଇଥିଲା ଏବଂ କାରବାର ୫୦ରୁ ୫୫ କୋଟି ଟଙ୍କା ଅତିକ୍ରମ କରିଛି, ଯାହା ଗତ ବର୍ଷର ରେକର୍ଡ (୪୩ କୋଟି) ଭାଙ୍ଗିଛି।

ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲ୍ ଏବଂ ହର୍ଷଦୀପ କୌରଙ୍କ କାର୍ଯ୍ୟକ୍ରମ ବାଲିଯାତ୍ରାର ମୁଖ୍ୟ ଆକର୍ଷଣ ଥିଲା। ଏହି ଦିନଗୁଡ଼ିକରେ ୩୦ ଲକ୍ଷରୁ ଅଧିକ ଜନସମାଗମ ହୋଇଥିବା ଆକଳନ କରାଯାଇଛି।

‘କଟକ ଇନ୍‌ କଟକ’, ‘ଓଡ଼ିଆ ଅସ୍ମିତା’, ‘ଲେଜର୍ ଲାଇଟ୍ ସୋ’, ‘ଜଳପରୀ ସୋ’ ଏବଂ ବୋଇତ ପ୍ରତିଯୋଗିତା ଦର୍ଶକଙ୍କୁ ବେଶ୍ ଆକର୍ଷିତ କରିଥିଲା। କଟକ ଜିଲ୍ଲା ପ୍ରଶାସନ ୬ ମାସ ଧରି ପ୍ରସ୍ତୁତି କରି ୬୦ ଏକର ଜମିରେ ବାଲିଯାତ୍ରା ଆୟୋଜନ କରିଥିଲା।

ବ୍ୟାପକ ଆୟୋଜନ ସତ୍ତ୍ୱେ ଭିଡ଼, ଟ୍ରାଫିକ୍ ଜାମ୍‌, ମୋବାଇଲ୍ ନେଟୱର୍କ ସମସ୍ୟା ଏବଂ ଧୂଳି ନିୟନ୍ତ୍ରଣରେ ସାମାନ୍ୟ ତ୍ରୁଟି ପରିଲକ୍ଷିତ ହୋଇଥିଲା, ଯାହା ଇ-ପେମେଣ୍ଟ ଉପରେ ନିର୍ଭର କରୁଥିବା ଦର୍ଶକଙ୍କୁ ଅସୁବିଧାରେ ପକାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?