ଆଜିଠୁ ଐତିହାସିକ କଟକ ବାଲିଯାତ୍ରା

କଟକ,୧୫।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଏସିଆ ମହାଦେଶର ସର୍ବବୃହତ୍‌ ମୁକ୍ତାକାଶ ମେଳା ତଥା ଐତିହାସିକ କଟକ ବାଲିଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବାଲିଯାତ୍ରା ମହୋତ୍ସବ-୨୦୨୪କୁ ଉଦ୍‌ଘାଟନ କରିବେ। ଏଥିସହ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ ଏବଂ ହାଇକମିଶନରଙ୍କ ସମେତ ଅନ୍ୟ ଅତିଥିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବାଲିଯାତ୍ରା ୨୨ ତାରିଖ ପର୍ଯ୍ୟନ୍ତ ୮ଦିନ ଧରି ଚାଲିବ। ପ୍ରଥମ ଥର ବାଲିଯାତ୍ରା ପଡ଼ିଆରେ ପିଠା ମହୋତ୍ସବ ଆୟୋଜନ ହେବ। ବାଲିଯାତ୍ରା ମହୋତ୍ସବକୁ ୟୁନେସ୍କୋ ସାର୍ଟିଫିକେଶନ୍‌ ହାସଲ କରିବା ଲକ୍ଷ୍ୟ ରଖାଯାଇ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି ବୋଲି ଗୁରୁବାର ବାଲିଯାତ୍ରା ଉପର ପଡ଼ିଆଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ କହିଛନ୍ତି।
ଏନେଇ ଜିଲାପାଳ ଅଧିକ ସୂଚନା ଦେଇ କହିଛନ୍ତି, ଅତିଥିମାନେ ସିଲଭରସିଟି ବୋଟ କ୍ଲବଠାରୁ ୪ଟି ବୋଇତ ସଦୃଶ ବୋଟ୍‌ରେ ମଞ୍ଚ ନିକଟକୁ ଆସିବାର ବ୍ୟବସ୍ଥା କରାଯାଇଛି। ଗତବର୍ଷ ୬୦ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ବୁଲିଥିବା ବେଳେ ଚଳିତବର୍ଷ ୭୦ ଲକ୍ଷ ଜନସମାଗମ ହେବାର ଆକଳନ କରାଯାଇଛି। ଚଳିତଥର ତଳପଡ଼ିଆରେ ୩ଟି ମୁଖ୍ୟ ପ୍ରବେଶ ଦ୍ୱାର ଏବଂ ଗୋଟିଏ ଜରୁରିକାଳୀନ ପ୍ରବେଶ ବା ପ୍ରସ୍ଥାନ ଦ୍ୱାର ଖୋଲାଯିବା ସହ ପଡ଼ିଆ ମଧ୍ୟରେ ଗମନାଗମନ ନିମନ୍ତେ ୪ଟି ରାସ୍ତା କରାଯାଇଛି। ଚଳିତବର୍ଷ ଭଳି ଲଗାତର ୩ବର୍ଷ ଧରି ଏଭଳି ଶୈଳୀରେ ବାଲିଯାତ୍ରା ଆୟୋଜନ ହେଲେ ଅନ୍ତର୍ଜାତୀୟ ମାନ୍ୟତା ମିଳିବା ସମ୍ଭାବନା ବଢିବ ବୋଲି ଜିଲାପାଳ କହିଛନ୍ତି। ଏଥିସହ ଦକ୍ଷିଣ-ପୂର୍ବ ରାଷ୍ଟ୍ର ସମୂହ ସହ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ନେଇ ଏକ ସ୍ବତନ୍ତ୍ର ପାଭିଲିଅନ୍‌ ଯୋଡ଼ାଯାଇଛି। ବାଲି, ଇଣ୍ଡୋନେସିଆ ଆଦି ୮ଟି ଦେଶର ସାଂସ୍କୃତିକ ଦଳ ବାଲିଯାତ୍ରାରେ ଯୋଗଦେବେ। ୩୪ ଏକର ଜାଗା ତଳପଡ଼ିଆ ଓ ସାଢେ ୮ ଏକର ଜାଗାରେ ଉପରପଡିଆରେ ପ୍ରାୟ ୨୫୦୦ ଷ୍ଟଲ ରହିଛି। ସେଥିମଧ୍ୟରୁ ଓରମାସ୍‌ର ରହିଛି ୫୦୦ ଷ୍ଟଲ। ବିଶେଷ କରି ମହିଳା ଉଦ୍ୟୋଗୀଙ୍କୁ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରି ନିମନ୍ତେ ଓର୍‌ମାସ୍‌ରେ ପ୍ରାଧାନ୍ୟ ଦିଆଯାଇଛି। ମାଟିପାତ୍ର ତିଆରି ଏବଂ ତନ୍ତ ବୁଣା ଆଦି ମଧ୍ୟ ପ୍ରଦର୍ଶନ କରାଯିବାର ବ୍ୟବସ୍ଥା ହୋଇଛି। ଚଳିତଥର ୭ଟି ଅନ୍ତର୍ଜାତୀୟ ଷ୍ଟଲ ସ୍ଥାନ ପାଇଛି। ଅନ୍ୟପଟେ ଏଥର ଅନ୍ୟତମ ଆକର୍ଷଣ ପାଲଟିବ କଟକ ଇନ୍‌ କଟକ। ଓଡ଼ିଆ ଅସ୍ମିତା ସହ ଓଡ଼ିଆ ସିନେମାର କ୍ରମ ବିକାଶର ଚିତ୍ର ଏଠାରେ ସ୍ଥାନିତ କରାଯାଇଛି। ବଲିଉଡ଼ ନାଇଟ ସହ ମହାନଦୀରେ ୱାଟର ଲେଜର ଶୋ, ଡ୍ରୋନ ଶୋ, କାଇଟ୍‌ ଫେଷ୍ଟିଭାଲ ଓ ଜଳକ୍ରୀଡ଼ାର ବ୍ୟବସ୍ଥା କରାଯାଇଛି। ଏହି ସମସ୍ତ କାର୍ଯ୍ୟର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବାଲିଯାତ୍ରାରେ କାର୍ଯ୍ୟ କରୁଥିବା ସମସ୍ତ ସଂସ୍ଥାକୁ ଏକ ମାସ ମଧ୍ୟରେ ଦେୟ ପୈଠ କରାଯିବ ଏବଂ ପରେ ସର୍ବସାଧାରଣରେ ବାଲିଯାତ୍ରା ଖର୍ଚ୍ଚ ଉପସ୍ଥାପନ କରାଯିବା ନେଇ ଜିଲାପାଳ ସିନ୍ଦେ କହିଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ଶିବ ଟପ୍ପୋଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri