ଐତିହାସିକ ଗଞ୍ଜାମ ଦୋଳଯାତ୍ରା ଆରମ୍ଭ,ସମସ୍ୟା ସମାଧାନ କରିପାରିଲାନି ଏନ୍‌ଏସି

ଗଞ୍ଜାମ,୧୧ା୩(ବିଦ୍ୟାଧର ସାହୁ)-ଗଞ୍ଜାମ ସହରରେ ଆରମ୍ଭ ହୋଇଛି ଐତିହାସିକ ଦୋଳ ଯାତ୍ରା। ସୋମବାର ଫାଲଗୁନ୍‌ ଶୁକ୍ଳ ଏକାଦଶୀ ତିଥିରେ ପ୍ରତ୍ୟେକ ସାହି ଠାକୁର ଦୋଳ ବିମାନରେ ବସି ସାହି ବୁଲିଥିଲେ। ଦୋଳ ଯାତ୍ରାକୁ ନେଇ ଗଞ୍ଜାମ ସହର ଏବେ ଚଳଚଞ୍ଚଳ ହୋଇଉଠିଛି। ଆଉ ଦିନକ ପରେ ସହରରେ ଦୋଳ ଯାତ୍ରା। ଏଭଳି ସମୟରେ ସହରକୁ ବାହାରୁ ଆସୁଥିବା ବହୁ ସଂଖ୍ୟକ ଲୋକଙ୍କ ପାଇଁ ଶୌଚାଳୟଟିଏ ନାହିଁ। ସାଧାରଣ ସମସ୍ୟା ସମାଧାନ ପାଇଁ ଏନଏସି କର୍ତ୍ତୃପକ୍ଷଙ୍କ ଆନ୍ତରିକତା ନାହିଁ। ଯାତ୍ରା ପୂର୍ବରୁ ହୋଇଥିବା ଶାନ୍ତି କମିଟି ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇଥିଲା। କିନ୍ତୁ କିଛି ପଦକ୍ଷେପ ନିଆଯାଇନାହିଁ। ସହର ମଧ୍ୟରେ ଭଲ ଶୌଚାଳୟ ନାହିଁ। ମିନି ଷ୍ଟାଡିୟମ ଆଗରେ ଥିବା ଗୋଟିଏରେ ମହିଳା ପାଇଁ ଉଦ୍ଧିଷ୍ଟ ଶୌଚାଳୟରେ କବାଟ ନାହିଁ କି ପାଣି ମଧ୍ୟ ନାହିଁ। ଅନ୍ୟଗୁଡିକ ମଧ୍ୟ ଅନୁରୂପ ସମସ୍ୟାରେ ରହିଛି। ଫଳରେ ପ୍ରତ୍ୟେକ ଦିନ ସହରକୁ ଆସୁଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ବିଶେଷକରି ମହିଳା ମାନେ ବେଶି ହଇରାଣ ହେଉଛନ୍ତି। ଏଥିସହ ଷ୍ଟ୍ରିଟ ଲାଇଟ ଗୁଡିକ ମଧ୍ୟ ଯାତ୍ରା ସମୟରେ ସଜଡା ଯାଇ ପାରିନି। କିଛି ସ୍ଥାନରେ ଏବେ ମଧ୍ୟ ଅନ୍ଧାରରେ ଠାକୁର ଯିବା ଆସିବା କରିବେ। ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri