ଗଞ୍ଜାମରେ ଆରମ୍ଭ ହେଲା ଐତିହାସିକ ପବିତ୍ର ଚନ୍ଦନଯାତ୍ରା

ଗଞ୍ଜାମ,୪।୫(ଡି.ଏନ୍‌.ଏ.): ଗଞ୍ଜାମରେ ପବିତ୍ର ଚନ୍ଦନଯାତ୍ରା ଆରମ୍ଭ ହୋଇଛି। ଅକ୍ଷୟ ତୃତୀୟା ଅବସରରେ ଶ୍ରୀମଦନ ମୋହନ ଗୋପାଳ ସ୍ବାମୀଙ୍କ ମନ୍ଦିରରେ ପାରମ୍ପରିକ ରୀତିନୀତି ଅନୁଯାୟୀ ପୁଜାର୍ଚ୍ଚନା କରାଯିବା ପରେ ସନ୍ଧ୍ୟାରେ ଠାକୁର ଶୋଭାଯାତ୍ରାରେ ବାହାରିଥିଲେ। ସାମନ୍ତରା ସାହି, ଦୁର୍ଗାଦେବୀ ସାହି, ଚୌଧୁରୀ ପଣ୍ଡା ସାହି, କରଣ ସାହି ଦେଇ ଏହି ଶୋଭାଯାତ୍ରା ପୁଣି ମନ୍ଦିର ନିକଟକୁ ଫେରିଥିଲା। ଏହାପରେ ପ୍ରାଚୀନ ସାମନ୍ତରା ପୁଷ୍କରିଣୀରେ ପୂର୍ବରୁ ସୁସଜ୍ଜିତ ହୋଇଥିବା ନୌକାରେ ବସି ଠାକୁର ନୌବିହାର କରିଥିଲେ। ଏହି ଯାତ୍ରା ୨୧ ଦିନଧରି ଚାଲିବ। ଅନ୍ୟପଟେ ମହିଳା ଶ୍ରଦ୍ଧାଳୁମାନେ ଠାକୁରଙ୍କ ନୌକା ବିହାର ସହ ପୁଷ୍କରିଣୀର ଚର୍ତୁଃପାର୍ଶ୍ୱରେ ବେଢ଼ା ପରିକ୍ରମା କରିଥିଲେ। ସେହିପରି ମନ୍ଦିର ଏବଂ ପୁଷ୍କରିଣୀର ଚର୍ତୁଃପାର୍ଶ୍ୱ ରଙ୍ଗବେରଙ୍ଗର ଆଲୋକ ମାଳାରେ ସୁସଜ୍ଜିତ ହୋଇଥିବା ଦେଖିବାକୁ ମିଳିଛି। ବାଦ୍ୟ ବାଜଣା, ହରିବୋଲ, ହୁଲହୁଳିରେ ସ୍ଥାନୀୟ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବା ସହ ଉତ୍ସବମୁଖର ହୋଇଉଠିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri