ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ କେନ୍ଦ୍ରାପଡା ଜିଲାର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ଜିଲା ପ୍ରଶାସନ ପକ୍ଷରୁ ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି। ମହୋତ୍ସବକୁ ସରସ ସୁନ୍ଦର କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକତା ରହିଛି। ସେଥିପାଇଁ ଶନିବାର ପୂର୍ବାହ୍ନରେ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟି କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଜିଲାପାଳ ରଘୁରାମ ଆର ଆୟର ଯୋଗଦେଇ ପ୍ରସ୍ତୁତି ସମ୍ପର୍କିତ ମହୋତ୍ସବ କମିଟି ସଦସ୍ୟମାନଙ୍କ ସହିତ ଆର୍ଥିକ ଅନୁଦାନ ଓ ଆୟ ବ୍ୟୟର ଆଲୋଚନା କରାଯାଇଥିଲା। ଏହା ଦ୍ୱୀତୀୟ ବାର୍ଷିକ ଜମ୍ବୁ ଦ୍ୱୀପ ମହୋତ୍ସବ ଅନୁଷ୍ଠିତ ହେବ। ଓଡ଼ିଶାର କୋଣ ଅନୁକୋଣର କଳାକାର ସାମିଲ ହୋଇ ତାଙ୍କର ଅଭିନୟ ପ୍ରଦର୍ଶିତ କରିଥିଲେ। ସମ୍ବଲପୁରୀ, ଗୋଟିପୁଅ ଓ ପାଇକ ଆଖଡ଼ା ଭଳି ନୃତ୍ୟରେ ବଛା ବଛା କଳାକାର ସାମିଲ ହୋଇଥିଲେ। ଏଥର ମଧ୍ୟ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କୁହାଯାଉଛି। ବୈଠକରେ ଉପଜିଲାପାଳ ଅରୁଣ କୁମାର ନାୟକ, ବିଡିଓ ତଥା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ପରିଡ଼ା, ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରାଙ୍କ ସମେତ କମିଟି ସଦସ୍ୟମାନଙ୍କ ମଧ୍ୟରେ ବ୍ଲକ ଆତ୍ମା ଅଧ୍ୟକ୍ଷ ହିମାଂଶୁ ଶେଖର ପ୍ରଧାନ, ସରୋଜ କାନ୍ତ ସାହୁ, ତରୁଣ କାନ୍ତ କାଞ୍ଜି ଲାଲ, ମିଲନ ଦେବନାଥ, ପ୍ରସନ୍ନ କୁମାର ବେହେରା, ଲକ୍ଷ୍ମୀକାନ୍ତ ସ୍ବାଇଁ, ଲକ୍ଷ୍ମଣ ଦାସ, ଭୀଷ୍ମ ଲେଙ୍କା, ଚନ୍ଦ୍ରକାନ୍ତ ସ୍ବାଇଁ, ପବିତ୍ର ଚୌଧୁରୀ, ଭବେନ ମଣ୍ଡଲ , ବାରେଣୀ ଭୂୟାଁ ଓ ବଣ୍ଟି ଦେବନାଥଙ୍କ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri