ସୌରଶକ୍ତି କ୍ଷେତ୍ରରେ ଐତିହାସିକ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୨: ଭାରତ ୧୦୦ ଗିଗାୱାଟ୍‌ ସୌର ଶକ୍ତି କ୍ଷମତା ଅତିକ୍ରମକରି ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଅକ୍ଷୟ ଶକ୍ତି କ୍ଷେତ୍ରରେ ଭାରତ ବିଶ୍ୱର ଅଗ୍ରଣୀ ରାଷ୍ଟ୍ର ଭାବେ ନିଜର ସ୍ଥିତିକୁ ସୁଦୃଢ଼ କରିଛି, ସ୍ବଚ୍ଛ ଏବଂ ସବୁଜ ଭବିଷ୍ୟତ ପାଇଁ ଦେଶର ପ୍ରତିବଦ୍ଧତାକୁ ଏହି ଉଲ୍ଲେଖନୀୟ ସଫଳତା ପ୍ରମାଣିତ କରୁଛି। ୨୦୩୦ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୫୦୦ଗିଗାୱାଟ ଅଣ-ଜୀବାଶ୍ମ ଇନ୍ଧନ ଭିତ୍ତିକ ଶକ୍ତି କ୍ଷମତାର ମହତ୍ତ୍ୱାକାଂକ୍ଷୀ ଲକ୍ଷ୍ୟକୁ ସାକାର କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବାକୁ ଯାଉଛି ବୋଲି କେନ୍ଦ୍ର ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ ୧୦ ବର୍ଷ ମଧ୍ୟରେ ଭାରତର ଶକ୍ତି ଯାତ୍ରା ଐତିହାସିକ ଏବଂ ପ୍ରେରଣାଦାୟକ ରହିଛି। ସୋଲାର ପ୍ୟାନେଲ, ସୋଲାର ପାର୍କ ଓ ଛାତ ଉପର ସୌର ପ୍ରକଳ୍ପ ଭଳି ପଦକ୍ଷେପ ଏ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଛି। ଫଳରେ ଆଜି ଭାରତ ୧୦୦ ଗିଗାୱାଟ ସୌରଶକ୍ତି ଉତ୍ପାଦନର ଲକ୍ଷ୍ୟକୁ ସଫଳତାର ସହ ହାସଲ କରିପାରିଛି। ସବୁଜ ଶକ୍ତି କ୍ଷେତ୍ରରେ ଭାରତ କେବଳ ଆତ୍ମନିର୍ଭରଶୀଳ ହେଉ ନାହିଁ ବରଂ ବିଶ୍ୱକୁ ଏକ ନୂଆ ମାର୍ଗ ଦେଖାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଜୋଷୀ କହିଛନ୍ତି। ସେହିପରି ଗତ ୧ଦଶନ୍ଧି ମଧ୍ୟରେ ଭାରତର ସୌରଶକ୍ତି କ୍ଷମତା ୩୪୫୦% ବଢି ଏକ ଅସାଧାରଣ ଅଭିବୃଦ୍ଧି ଘଟିଛି, ଯାହା ୨୦୧୪ରେ ୨.୮୨ ଗିଗାୱାଟ ଥିବାବେଳେ ୨୦୨୫ ସୁଦ୍ଧା ଏହା ୧୦୦ ଗିଗାୱାଟ୍‌କୁ ବୃଦ୍ଧି ପାଇଛି। ୨୦୨୫ ଜାନୁଆରୀ ୩୧ ସୁଦ୍ଧା ଭାରତର ସମୁଦାୟ ସଂସ୍ଥାପିତ ସୌର କ୍ଷମତା ୧୦୦.୩୩ ଗିଗାୱାଟ ରହିଛି, ଯେଉଁଥିରେ ୮୪.୧୦ ଗିଗାୱାଟ୍‌ କାର୍ଯ୍ୟକାରୀ ହେଉଛି ଏବଂ ଅତିରିକ୍ତ ୪୭.୪୯ ଗିଗାୱାଟ୍‌ ପ୍ରସ୍ତାବିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri