Posted inଜାତୀୟ

ଭାରତ ପାଇଁ ଐତିହାସିକ ମୂହୂର୍ତ୍ତ: ପି. କେ. ମିଶ୍ର

ନୂଆଦିଲ୍ଲୀ,୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଗୁରୁବାର ଭାରତର ଜି -୨୦ ଅଧ୍ୟକ୍ଷତାକୁ ଏକ ଐତିହାସିକ ମୂହୂର୍ତ୍ତ ବୋଲି ଅଭିହିତ କରିଛନ୍ତି। ସେ କହିଛନ୍ତି, ଦେଶର ପ୍ରତିଷ୍ଠା ଓ ଖ୍ୟାତିକୁ ଉପଯୁକ୍ତ ଭାବେ ପ୍ରଦର୍ଶନ କରିବା ଆମ ଦାୟିତ୍ୱ। ଦେଶର ୫୬ ସ୍ଥାନରେ ଏହି ବୈଠକ ଆୟୋଜିତ ହେବ। ପ୍ରତ୍ୟେକ ରାଜ୍ୟ ସରକାର, କେନ୍ଦ୍ର ଶାସିତ ଅଞ୍ଚଳ ତଥା ନାଗରିକ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଅଂଶୀଦାର ବୋଲି ଏଥିରେ ନିଶ୍ଚିତ ହେବ। ଭାରତରେ ଯେତିକି ବିବିଧତା ରହିଛି ସେତିକି ସ୍ବତନ୍ତ୍ରତା ରହିଛି। ଦେଶର ସର୍ବୋତ୍ତମ ପରମ୍ପରା ପ୍ରତି ବିଶ୍ୱର ଦୃଷ୍ଟି ଆକର୍ଷଣ କରିବା ଆମ ଦାୟିତ୍ୱ ବୋଲି ବିଶ୍ୱବିଦ୍ୟାଳୟ କନେକ୍ଟ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେବା ଅବସରରେ ମିଶ୍ର କହିଛନ୍ତି। ମିଶ୍ର ଆହୁରି କହିଛନ୍ତି, ସର୍ବବୃହତ୍‌ ବହୁପକ୍ଷୀୟ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଭାରତ ଗୌରବମୟ ସୁଯୋଗ ପାଇଛି। ବିଶ୍ୱବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ଇତିହାସ ତଥା ଗୁରୁତ୍ୱପୂର୍ଣ୍ଣ ସ୍ଥାନ, କଳା ଏବଂ ଅନ୍ୟାନ୍ୟ ସାଂସ୍କୃତିକ ପରମ୍ପରା ବିଷୟରେ ତାଲିମ ଦେଇ ପାରିବେ। ଏପରି କି ବିଦ୍ୟାର୍ଥୀମାନେ ବୈଠକ ଆୟୋଜନ ତଥା ବିଦେଶୀ ପ୍ରତିନିଧିଙ୍କୁ ମାର୍ଗଦର୍ଶନ କରିବାରେ ଏକ ଅଂଶ ହୋଇପାରିବେ। ଗୁରୁତ୍ୱପୂର୍ଣ୍ଣ ଐତିହାସିକ, ଅର୍ଥନୈତିକ ଏବଂ ସାଂସ୍କୃତିକ ସ୍ଥାନ ବ୍ୟତୀତ ପ୍ରକୃତି, ପଦଯାତ୍ରା, ଗ୍ରାମ୍ୟ ପରିଦର୍ଶନ, ସାପ୍ତାହିକ ତଥା ସ୍ଥାନୀୟ ବଜାର ପରିଦର୍ଶନ ଭଳି ଗଭୀର ଅନୁଭୂତି ହୋଇପାରେ। ବିଶ୍ୱବିଦ୍ୟାଳୟଗୁଡ଼ିକ ମେଧାବି ପିଲାଙ୍କୁ ଚୟନ କରି ଅଧିବେଶନର ଯୋଗାଯୋଗ ପାଇଁ ଭାବରେ ତାଲିମ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri