Posted inଖେଳ

ଷ୍ଟିଭ୍ ସ୍ମିଥଙ୍କ ଚମତ୍କାର ବ୍ୟାଟିଂ ସତ୍ତ୍ୱେ ଅଷ୍ଟ୍ରେଲିଆକୁ ୮ ରନରେ ହରାଇଲା ୱେଷ୍ଟଇଣ୍ଡିଜ୍

ନୂଆଦିଲ୍ଲୀ, ୨୮।୧: ବ୍ରିସବେନ ଟେଷ୍ଟରେ ୱେଷ୍ଟଇଣ୍ଡିଜ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏହି ରୋମାଞ୍ଚକର ମୁକାବିଲାରେ କାରିବିଆନ୍ ଦଳ ୮ ରନ୍ ବିଜୟ ହାସଲ କରିଛି। ଅଷ୍ଟ୍ରେଲିଆର ୨୧୬ ରନର ବିଜୟ ଲକ୍ଷ୍ୟକୁ ପିଛା କରି ମାତ୍ର ୨୦୭ ରନରେ ଅଟକି ଯାଇଥିଲା। ଅଷ୍ଟ୍ରେଲିଆକୁ ବିଜୟ ପାଇଁ ଷ୍ଟିଭ୍ ସ୍ମିଥ୍ ଯଥାସମ୍ଭବ ଚେଷ୍ଟା କରିଥିଲେ, କିନ୍ତୁ ୱେଷ୍ଟଇଣ୍ଡିଜ୍ ବୋଲରମାନେ ଚମତ୍କାର ବୋଲିଂ ପ୍ରଦର୍ଶନ ପ୍ରଦର୍ଶନ କରି ବିଜୟୀ ହୋଇଛନ୍ତି। ତେବେ ୱେଷ୍ଟଇଣ୍ଡିଜ୍ ପ୍ରାୟ ୩୦ ବର୍ଷ ପରେ ଅଷ୍ଟ୍ରେଲିଆ ମାଟିରେ ଟେଷ୍ଟ ଜିତିଛି।

୨୧୬ ରନ୍ ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆର ବ୍ୟାଟରମାନେ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲେ। ତେବେ ଷ୍ଟିଭ୍ ସ୍ମିଥ୍ ଗୋଟିଏ ପରେ ଦୃଢ଼ ଭାବେ ବ୍ୟାଟିଂ କରି ଦଳକୁ ବିଜୟ ଆଡକୁ ଅଗ୍ରସର କରୁଥିଲେ। ୧୪୬ ବଲରେ ୯୧ ରନ୍ ସ୍କୋର କରିବା ପରେ ଷ୍ଟିଭ ସ୍ମିଥ ଅପରାଜିତ ଫେରିଥିଲେ। କିନ୍ତୁ ଅଷ୍ଟ୍ରେଲିଆର ପରାଜୟକୁ ଏଡାଇ ପାରି ନଥିଲା। କଙ୍ଗାରୁ ଅଲରାଉଣ୍ଡର କ୍ୟାମେରନ୍ ଗ୍ରୀନ୍ ୪୨ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ, କିନ୍ତୁ ଏହା ବ୍ୟତୀତ ଅନ୍ୟ ବ୍ୟାଟ ନିରାଶ କରିଥିଲେ। ତେଣୁ ଅଷ୍ଟ୍ରେଲିଆ ଦଳ ଲକ୍ଷ୍ୟଠାରୁ ୮ ରନ୍ ଦୂରରେ ରହି ଯାଇଥିଲା।

ୱେଷ୍ଟଇଣ୍ଡିଜ ପାଇଁ ଶମାର ଜୋସେଫ ସବୁଠାରୁ ସଫଳ ବୋଲର ଥିଲେ। ଶେମାର ଜୋସେଫ ୭ ଜଣ ଅଷ୍ଟ୍ରେଲୀୟ ବ୍ୟାଟରଙ୍କୁ ତାଙ୍କର ଶିକାର କରିଥିଲେ। ଏହା ବ୍ୟତୀତ ଅଲଜାରୀ ଜୋସେଫ ୨ ଟି ସଫଳତା ପାଇଲେ। ଜଷ୍ଟିନ ଗ୍ରେଭସ୍ ଗୋଟିଏ ୱିକେଟ୍ ନେଇଥିଲେ।

ଏହା ପୂର୍ବରୁ ୱେଷ୍ଟଇଣ୍ଡିଜ୍ ପ୍ରଥମ ଇନିଂସରେ ୩୧୧ ରନ୍ ସ୍କୋର କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ଦଳ ୨୮୯ ରନ୍ ସ୍କୋର କରିଥିଲା। ଏହିପରି, ପ୍ରଥମ ଇନିଂସ ଆଧାରରେ ୱେଷ୍ଟଇଣ୍ଡିଜ୍ ୨୨ ରନ୍ ଅଗ୍ରଣୀ ହାସଲ କରିଥିଲା। କିନ୍ତୁ ୱେଷ୍ଟଇଣ୍ଡିଜ୍‌ର ଦ୍ୱିତୀୟ ଇନିଂସ ୧୯୩ ରନ୍‌କୁ ହ୍ରାସ ପାଇଥିଲା। ଏହିପରି ଅଷ୍ଟ୍ରେଲିଆ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ହୋଇଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ ୧-୧ ରେ ଶେଷ ହୋଇଥିଲା। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ କାରିବିଆନ୍ ଦଳକୁ ପରାସ୍ତ କରିଥିଲା, କିନ୍ତୁ ୱେଷ୍ଟଇଣ୍ଡିଜ୍ ବ୍ରିସବେନ୍ ଟେଷ୍ଟରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri