କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ ତଥା କୃଷକ ମୋର୍ଚ୍ଚାର ପୂର୍ବତନ ରାଜ୍ୟ ସଭାପତି ମହେଶ୍ୱର ସାହୁ ଏହି ସଫଳତା ସମ୍ପର୍କରେ ପ୍ରେସ ରିପୋର୍ଟରେ ସୂଚନା ଦେଇ କହିଛନ୍ତି ଯେ, ଏହା ରାଜ୍ୟର କୃଷି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ରଚନା କରିଛି।

ସେ କହିଥିଲେ ଯେ, ଓଡ଼ିଶାର ଲୋକପ୍ରିୟ ଓ ଚାଷୀ-ହିତେଷୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦୃଢ଼ ନେତୃତ୍ୱ ଏବଂ କୃଷକ କଲ୍ୟାଣକାରୀ ଯୋଜନା ମାନଙ୍କ ପରିଣାମରେ ଚାଷୀମାନଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆସିଛି। ଏହି ସଫଳତା ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଅଧିକ ତଥ୍ୟ ଅନୁସାରେ, ଗତ ବର୍ଷ ୨୦୨୪ ଖରିଫ ଋତୁରେ କେନ୍ଦୁଝର ଜିଲାର ୯୫ଟି ଧାନମଣ୍ଡୀ ମାଧ୍ୟମରେ ୫୬,୬୭୩ ଜଣ ଚାଷୀଙ୍କ ଠାରୁ ୨୧ ଲକ୍ଷ ୮୮ ହଜାର କ୍ୱିଣ୍ଟାଲ ଧାନ ସଂଗ୍ରହ କରାଯାଇଥିଲା। କିନ୍ତୁ ଚଳିତ ବର୍ଷ ୨୦୨୫ ଖରିଫ ଋତୁରେ ସେହି ୯୫ଟି ମଣ୍ଡୀ ମାଧ୍ୟମରେ ୭୪,୪୯୫ ଜଣ ଚାଷୀଙ୍କ ଠାରୁ ୨୫ ଲକ୍ଷ ୭୧ ହଜାର କ୍ୱିଣ୍ଟାଲ ଧାନ ସଂଗ୍ରହ ହୋଇଛି।

ଏହା ଗତ ବର୍ଷ ତୁଳନାରେ ୭,୮୧୨ ଜଣ ଅଧିକ ଚାଷୀଙ୍କ ସହଭାଗିତା ଏବଂ ୩ ଲକ୍ଷ ୮୩ ହଜାର କ୍ୱିଣ୍ଟାଲ ଅଧିକ ଧାନ ସଂଗ୍ରହକୁ ସୂଚିତ କରୁଛି। ପ୍ରତିଶତ ଆକାରରେ ଏହା ପ୍ରାୟ ୨୫% ବୃଦ୍ଧି, ଯାହା ଜିଲାରେ ଧାନ ସଂଗ୍ରହ ଇତିହାସରେ ଏକ ନୂତନ ରେକର୍ଡ ରୂପେ ପରିଗଣିତ ହେଉଛି।

ସାହୁ ଆହୁରି କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ କୃଷି ଭିତ୍ତିଭୂମିକୁ ସୁଦୃଢ଼ କରିବା, ମଣ୍ଡୀ ବ୍ୟବସ୍ଥାକୁ ସକ୍ରିୟ କରିବା ଓ ଚାଷୀଙ୍କୁ ସମୟୋପଯୋଗୀ ସହଯୋଗ ଯୋଗାଇବା ଫଳରେ ଏହି ଅପୂର୍ବ ସଫଳତା ସମ୍ଭବ ହୋଇପାରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri