ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା

କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍‌ ମନୁମେଣ୍ଟ ଆଣ୍ଡ ସାଇଟସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ ଏହି ଦିବସ ପ୍ରତି କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ଓ ରାଜନେତା ସମ୍ବେଦନଶୀଳ ନୁହନ୍ତି। ଜିଲାର ରାଜନଗର ବ୍ଲକସ୍ଥିତ ଭିତରକନିକା ଆର୍ଦ୍ରଭୂମି ଜୈବ ବିବିଧତା ପାଇଁ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇଁ ୨୦୧୬ରେ ଆଇୟୁସିଏନ (ଇଣ୍ଟନ୍ୟାଶନାଲ ୟୁନିୟନ ଫର କଞ୍ଜରଭେଶନ ଅଫ ନେଚର) ଟିମ୍‌ ଆସିଥିଲେ ମଧ୍ୟ ବିଭିନ୍ନ କାରଣରୁ ୨୦୧୭ ବୈଠକରେ ଖାରଜ ହୋଇଛି। ସେହିପରି ତୁଳସୀ କ୍ଷେତ୍ର ଭାବେ ପରିଚିତ ଜିଲାର ବିଭିନ୍ନସ୍ଥାନରେ ଥିବା ଇତିହାସ ଓ ଐତିହ୍ୟ ସ୍ମାରକୀ ଅବହେଳାର ଶିକାର ହୋଇଥିବା ଆଲୋଚନା ହେଉଛି। ସ୍ମାରକୀର ସଂରକ୍ଷଣ ପର୍ଯ୍ୟଟନ ଶିଳ୍ପ ବୃଦ୍ଧି କରି ଜିଲାର ଆର୍ଥିକ ବ୍ୟବସ୍ଥାରେ ସହଯୋଗ କରିବ ବୋଲି ବହୁ ବୁଦ୍ଧିଜୀବୀଙ୍କ ମତ ମିଳିଛି।
ଏ ସମ୍ପର୍କରେ ଶିକ୍ଷାବିତ ତଥା ଗବେଷକ ଡ. ସର୍ବେଶ୍ୱର ସେଣ, ବୁଦ୍ଧଜୀବୀ ପ୍ରଭାକର ସାମଲ, ତ୍ରିଲୋଚନ ଦାସ, ଦୋଳଗୋବିନ୍ଦ ଜେନା, ଅଶୋକ ସ୍ବାଇଁ ପ୍ରମୁଖ କହିଛନ୍ତି, ଇଚ୍ଛାପୁରର ଶ୍ରୀବଳଦେବଜୀଉ, ସହରର ଗୋବିନ୍ଦ ଜୀଉ, ତମାଳଶାସନର ଦଧିବାମନ ଜୀଉ, ସନ୍ଥପୁରାର ଶିବ ମନ୍ଦିର, ଆଳିର ଲକ୍ଷ୍ମୀବରାହ ଜୀଉ ମନ୍ଦିର, କୁଦାନଗରୀ, ସଖୀବଟ, ଗଦାଧର ପୀଠ, କର୍ତ୍ତେଶ୍ୱର ମନ୍ଦିର, ଅନ୍ଧବର, ଗୋଠେଶ୍ୱର ପୀଠ, ହୁକିଟୋଲା, ବତିଘର ଆଦି ରାଜ୍ୟ ପର୍ଯ୍ୟଟନସ୍ଥଳର ମାନ୍ୟତା ମିଳିଛି। ଏସବୁ କ୍ଷେତ୍ର ଜିଲାରେ ପର୍ଯ୍ୟଟନସ୍ଥଳ ବୋଲି ଅଧିକାଂଶ ଜିଲାବାସୀ ଅଜ୍ଞାତ ଅଛନ୍ତିି। ପ୍ରଚାର ପ୍ରସାର ସହ ପର୍ଯ୍ୟଟନସ୍ଥଳକୁ ଉତ୍ତମ ରାସ୍ତା ନାହିଁ। ସେହିପରି ଭିତରକନିକାର ଜୈବ ବିବିଧତା ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ତଟକ୍ଷୟ, ଚିଙ୍ଗୁଡି ଘେରି, ଭିତରକନିକା ଆଭ୍ୟନ୍ତର ଅଞ୍ଚଳରୁ ଲୋକଙ୍କ ସ୍ଥାନାନ୍ତର, ଇକୋ ସେନେସେଟିଭ ଜୋନ ସମ୍ପର୍କରେ ସଚେତନତା ଅଭାବ ଆଦି କାରଣ ଜାତୀୟ ଉଦ୍ୟାନ ମାନ୍ୟତା ପ୍ରତି ବିପଦ ରହିଛି। ଐତିହ୍ୟ ଓ ପର୍ଯ୍ୟଟନ କ୍ଷେତ୍ର ରାଜସ୍ବ ଆଣିବା ସହ ସ୍ଥାନୀୟ ଜନସାଧାରଣଙ୍କ ପାଇଁ ରୋଜଗାର ସୃଷ୍ଟିର ମାଧ୍ୟମ ହୋଇଥାଏ। ଜିଲାରେ ପ୍ରାକୃତିକ ପରିବେଶ, ପେଣ୍ଠ, ବରୁଣାଇ, ଅଗରନାସୀ ଆଦି ବେଳାଭୂମିର ଐତିହାସିକ ଓ ସାଂସ୍କୃତିକ ବିଭବ ଭରପୂର ଅଛି। ଏହାର ସୁବିନିଯୋଗ ଆବଶ୍ୟକ। ରାଜନଗର ବ୍ଲକ ରିଘାଗଡର ବଳଦେବଜୀଉ ମନ୍ଦିର, ରାଜକନିକାର ଗୋକର୍ଣ୍ଣେଶ୍ୱର ମନ୍ଦିର, ସିକୋର ଅଷ୍ଟଶମ୍ଭୁ, ଡେରାବିଶର ଦଧବାମନଜୀଉ, ପଟ୍ଟାମୁଣ୍ଡାଇର ଛୁଆଳିଆ ଆଦି ରାଜ୍ୟ ପର୍ଯ୍ୟଟନସ୍ଥଳ ମାନ୍ୟତା ଅପେକ୍ଷାରେ ଅଛି। ଏହାବ୍ୟତୀତ ଜିଲାର ବିଭିନ୍ନସ୍ଥାନରେ ଥିବା ମତ୍ସେନ୍ଦ୍ରନାଥ, ଶୈଳନାଥ ସମାଧି, ଇଚ୍ଛାନାଥ ସମାଧି ସହ ବୌଦ୍ଧ ଧର୍ମର ପ୍ରତୀକ ଚକ୍ରପାଣି, ସ୍ଥିରଚକ୍ର ମଞ୍ଜୁଶ୍ରୀ, ଅବଲୋକିତିଶ୍ୱର, ତାରା ଆଦି ମୂର୍ତ୍ତିର ରକ୍ଷଣାବେକ୍ଷଣ ନାହିଁ। ଏହା ବ୍ୟତୀତ ପୁରୁଣା ବସ୍‌ଷ୍ଟାଣ୍ଡରେ ଥିବା ଡାଇମଣ୍ଡ ଜୁବିଲି ପାଠାଗାର, ସୂର୍ଯ୍ୟଘଡ଼ି, ନୋଳ ସାହି ରାଜନଅର, ଆଳି ନଅର, ଜମ୍ବୁଦ୍ୱୀପ ନଅର ଆଦି ଏହି ଜିଲାରେ ଥିଲେ ମଧ୍ୟ ପର୍ଯ୍ୟଟନ ବିଭାଗର ଅବହେଳାର ଶିକାର ହୋଇଛି। ବବକରପୁରରେ ଥିବା ପୁରୁଣା ବଳଦେବଜୀଉ ମନ୍ଦିରର ଗରୁଡ ମୂର୍ତ୍ତି ପରି ଐତିହ୍ୟ ସାମଗ୍ରୀ ରଖିବା ପାଇଁ କୌଣସି ମ୍ୟୁଜିୟମ ନ ଥିବାରୁ ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ନିଲୁ ମହାପାତ୍ରଙ୍କୁ ପଚାରିବାରେ ପୁରୁଣା ଐତିହ୍ୟ ସ୍ମାରକୀ ସୁରକ୍ଷା ପ୍ରକ୍ରିୟା ଜାରି ରହିଛି। ଜିଲାର ସହର ଓ ଗ୍ରାମାଞ୍ଚଳରେ ଥିବା ଏପରି ସ୍ଥାନର ଐତିହାସିକ ଭିତ୍ତିଭୂମି ଉପରେ ତଥ୍ୟ ମିଳିଲେ ସୁରକ୍ଷା ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri