ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼: ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ

ଭୁବନେଶ୍ୱର,୧୬ା୧୨(ଅନିଲ ଦାସ)-ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ । ପରେଡ୍‌ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।

ଏଥିନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଚଳିତବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ଏଥିନିମନ୍ତେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟର ଐତିହ୍ୟ ଓ ବିକାଶ ଉପରେ ମୁଖ୍ୟତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ସଚିବ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଏହାକୁ ଅଧିକ ଆକର୍ଷଣ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବାକୁ ସେ କହିଛନ୍ତି ।

ଆସନ୍ତା ୨୪ ତାରିଖ ସୁଦ୍ଧା ସମ୍ପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ । ଏହି ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶୋଭନ କୃଷ୍ଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri