Posted inଖେଳ

ଇତିହାସ ରଚିଲେ ସିନ୍ଧୁ

ଟୋକିଓ,୧।୮: ଇତିହାସ ରଚିଲେ ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ। ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ସିନ୍ଧୁ ଜିତିଛନ୍ତି ଦୁଇଟି ଅଲିମ୍ପିକ୍ସ ପଦକ। ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ବିଜୟନୀ ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ହାତେଇଛନ୍ତି ବ୍ରୋଞ୍ଜ ପଦକ। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ୬ଷ୍ଠ ସିଡ୍‌ ମାନ୍ୟତା ପ୍ରାପ୍ତ ସିନ୍ଧୁ ୨୧-୧୩, ୨୧-୧୫ ଗେମ୍‌ରେ ଚାଇନାର ହେ ବିଙ୍ଗ ଜିଆଓଙ୍କୁ ହରାଇ ଦେଇଛନ୍ତି। ଆରମ୍ଭରୁ ହିଁ ସିନ୍ଧୁ ପ୍ରତିପକ୍ଷ ଶଟଲରଙ୍କ ଉପରେ ଚାପ ପକାଇଥିଲେ। ମାତ୍ର ୨୩ ମିନିଟ୍‌ ମଧ୍ୟରେ ସିନ୍ଧୁ ଜିତି ନେଇଥିଲେ ପ୍ରଥମ ଗେମ୍‌। ଦ୍ୱିତୀୟ ଗେମ୍‌ରେ ଅବଶ୍ୟ ୮ମ ସିଡ୍‌ ବିଙ୍ଗ ଜିଆଓ ମ୍ୟାଚ୍‌କୁ ଫେରିବା ପାଇଁ ଖୁବ୍‌ ପ୍ରୟାସ କରିଥିଲେ। କିନ୍ତୁ ସୁଯୋଗ ଦେଇ ନ ଥିଲେ ସିନ୍ଧୁ।

ଟୋକିଓ ଅଲିମ୍ପିକ୍ସରେ ଏହା ଭାରତର ଦ୍ୱିତୀୟ ପଦକ। ଏଥି ପୂର୍ବରୁ ଭାରତକୁ ପ୍ରଥମ ପଦକ ଆଣି ଦେଇଥିଲେ ମୀରାବାଇ ଚାନ୍ନୁ। ଓ୍ବେଟଲିଫ୍ଟର ଚାନ୍ନୁ ହାତେଇଥିଲେ ରୌପ୍ୟ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri