Posted inଖେଳ

‘କଦାପି ଭୁଲି ହେବ ନାହିଁ ନୀରଜଙ୍କ ସଫଳତା’

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରି ଇତିହାସ ସୃଷ୍ଟ କରିଛନ୍ତି। ଏଭଳି ସଫଳତା ପରେ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଆରମ୍ଭ କରି ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ଟୋକିଓରେ ଇତିହାସ ରଚାଗଲା। ନୀରଜ ଆଜି ଯେଉଁ ସଫଳତା ହାସଲ କରିଛନ୍ତି, ତାହା ସର୍ବଦା ମନେ ରହିବ। ଯୁବ ନୀରଜ ଚମତ୍କାର ପ୍ରଦର୍ଶନ କରିଥିଲେ। ସ୍ବର୍ଣ୍ଣ ପଦକ ଜିତିବା ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।

ରାଷ୍ଟ୍ରପତି କୋବିନ୍ଦ ଲେଖିଛନ୍ତି, ନୀରଜ ଚୋପ୍ରାଙ୍କ ଅପ୍ରତ୍ୟାଶିତ ବିଜୟ। ତୁମ ଜାଭେଲିନ ବାଧା ଭାଙ୍ଗିବା ସହ ଇତିହାସ ସୃଷ୍ଟି କରିଛି। ତୁମେ ତୁମ ପ୍ରଥମ ଅଲିମ୍ପିକ୍ସରେ ଭାରତକୁ ଆଣି ଦେଇଛ ପ୍ରଥମ ଟ୍ରାକ ଓ ଫିଲ୍ଡ ମେଡାଲ। ତୁମ ସଫଳତା ଆମ ଯୁବବର୍ଗଙ୍କୁ ପ୍ରେରଣା ଦେବ। ହୃଦୟରୁ ଶୁଭେଚ୍ଛା। ଶୁଭେଚ୍ଛୁଙ୍କ ତାଲିକାରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କିୟା ନାୟୁଡୁ, କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର, ଆଇନ ମନ୍ତ୍ରୀ କିରେନ ରିଜିଜୁ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri