Posted inଖେଳ

‘କଦାପି ଭୁଲି ହେବ ନାହିଁ ନୀରଜଙ୍କ ସଫଳତା’

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରି ଇତିହାସ ସୃଷ୍ଟ କରିଛନ୍ତି। ଏଭଳି ସଫଳତା ପରେ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଆରମ୍ଭ କରି ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ଟୋକିଓରେ ଇତିହାସ ରଚାଗଲା। ନୀରଜ ଆଜି ଯେଉଁ ସଫଳତା ହାସଲ କରିଛନ୍ତି, ତାହା ସର୍ବଦା ମନେ ରହିବ। ଯୁବ ନୀରଜ ଚମତ୍କାର ପ୍ରଦର୍ଶନ କରିଥିଲେ। ସ୍ବର୍ଣ୍ଣ ପଦକ ଜିତିବା ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।

ରାଷ୍ଟ୍ରପତି କୋବିନ୍ଦ ଲେଖିଛନ୍ତି, ନୀରଜ ଚୋପ୍ରାଙ୍କ ଅପ୍ରତ୍ୟାଶିତ ବିଜୟ। ତୁମ ଜାଭେଲିନ ବାଧା ଭାଙ୍ଗିବା ସହ ଇତିହାସ ସୃଷ୍ଟି କରିଛି। ତୁମେ ତୁମ ପ୍ରଥମ ଅଲିମ୍ପିକ୍ସରେ ଭାରତକୁ ଆଣି ଦେଇଛ ପ୍ରଥମ ଟ୍ରାକ ଓ ଫିଲ୍ଡ ମେଡାଲ। ତୁମ ସଫଳତା ଆମ ଯୁବବର୍ଗଙ୍କୁ ପ୍ରେରଣା ଦେବ। ହୃଦୟରୁ ଶୁଭେଚ୍ଛା। ଶୁଭେଚ୍ଛୁଙ୍କ ତାଲିକାରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କିୟା ନାୟୁଡୁ, କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର, ଆଇନ ମନ୍ତ୍ରୀ କିରେନ ରିଜିଜୁ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri