Posted inଜାତୀୟ

ଇତିହାସ ରଚିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ,୧୪।୭: ଜୁଲାଇ ୨୩ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ବଜେଟ ୨୦୨୪-୨୫ ଉପସ୍ଥାପନ କରିବେ। ଏହା ସହ ଅର୍ଥମନ୍ତ୍ରୀ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। କ୍ରମାଗତ ସପ୍ତମ ଥର ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିବା ସୀତାରାମନ ଦେଶର ପ୍ରଥମ ଅର୍ଥମନ୍ତ୍ରୀ ହେବେ। ଏହା ସହିତ ସେ ମୋରାରଜୀ ଦେଶାଇଙ୍କ ରେକର୍ଡକୁ ପଛରେ ପକାଇବେ। ମୋରାରଜୀ ଦେଶାଇ କ୍ରମାଗତ ୬ଥର ବଜେଟ ଉପସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ସୀତାରାମନଙ୍କ ପୂର୍ବରୁ ମୋରାରଜୀ ଦେଶାଇ ପାଞ୍ଚଟି ପୂର୍ଣ୍ଣ ବଜେଟ ଏବଂ ଗୋଟିଏ ମଧ୍ୟବର୍ତ୍ତୀ ବଜେଟ ଉପସ୍ଥାପନ କରିଥିଲେ। ମୋରାରଜୀ ଦେଶାଇ ୧୯୫୯ ରୁ ୧୯୬୪ ପର୍ଯ୍ୟନ୍ତ ଦେଶର ଅର୍ଥମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

ସୂଚନାଯୋଗ୍ୟ, କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ ନିଜେ ଟୁଇଟରରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ ଏଥର ବଜେଟ ଅଧିବେଶନ ଜୁଲାଇ ୨୨ ରୁ ଆରମ୍ଭ ହେବ, ଯାହା ଅଗଷ୍ଟ ୧୨ପର୍ଯ୍ୟନ୍ତ ଚାଲିବ। ଏଥି ସହିତ ନିର୍ମଳା ସୀତାରାମନ କ୍ରମାଗତ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିବେ।
ସୂଚନା ଅନୁଯାୟୀ, ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ଏହା ହେଉଛି ପ୍ରଥମ ପୂର୍ଣ୍ଣ ବଜେଟ। ଏଥି ସହିତ, ଏହି ସମୟର ବଜେଟରୁ ଏହା ଇନଫ୍ରା, ଇଭି ସେକ୍ଟର ଏବଂ ଏମଏସଏମଇ କ୍ଷେତ୍ର ପ୍ରତି ବିଶେଷ ଧ୍ୟାନ ଦେବ ବୋଲି ଆଶା କରାଯାଉଛି।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲଗାତାର ୫ଥର ବଜେଟ ଉପସ୍ଥାପନ କରିଥିବା ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, ପି ଚିଦାମ୍ବରମ, ମନମୋହନ ସିଂ ଏବଂ ଯଶୱନ୍ତ ସିହ୍ନାଙ୍କୁ ପଛରେ ଛାଡି ସାରିଛନ୍ତି। ସୂଚନା ମୁତାବକ ୨୦୧୯ରେ ନିର୍ମଳା ସୀତାରାମନ ଦେଶର ପ୍ରଥମ ପୂର୍ଣ୍ଣକାଳୀନ ମହିଳା ଅର୍ଥମନ୍ତ୍ରୀ ଭାବରେ ତାଙ୍କର ପ୍ରଥମ ବଜେଟ ଭାଷଣ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?