Posted inଜାତୀୟ

ଭାଜପାକୁ ଶକ୍ତିଶାଳୀ କରିବାରେ ନୀତୀଶଙ୍କ କାର୍ଯ୍ୟକୁ ଇତିହାସ ମନେ ରଖିବ: ଓଓ୍ବାଇସି…

ପାଟନା,୧୯।୩ : ଅଲ ଇଣ୍ଡିଆ ମଜଲିସ-ଇ-ଇତେହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ରବିବାର ପୁର୍ନିଆରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।  ଏକ ସାଧାରଣ ସଭାକୁ ସମ୍ବୋଧିତ କରି ଓୱାଇସି କହିଛନ୍ତି ଯେ ଭାରତରେ ଭାଜପାକୁ ଶକ୍ତିଶାଳୀ କରିବା ପାଇଁ ଇତିହାସ ନୀତୀଶ କୁମାରଙ୍କୁ ସବୁବେଳେ ମନେ ରଖିବ। ଗୁଜରାଟ ଜଳୁଥିବା ବେଳେ ନୀତୀଶ ରେଳ ମନ୍ତ୍ରୀ ଥିଲେ। ଯଦି ସେ ଭାବୁଛନ୍ତି ଯେ ଏଆଇଏମଆଇଏମ ମୁସଲମାନମାନଙ୍କର ଏକ ଦଳ, ତେବେ ସେ ମନେ ରଖିବା ଉଚିତ୍ ଯେ ସେ କୁର୍ମି ଏବଂ କୁଶବାହାଠାରୁ ଆଗକୁ ଯାଇପାରିବେ ନାହିଁ ।

ସୂଚନାଯୋଗ୍ୟ, ଓୱାଇସି ବିହାରରେ ନିଜ ଦଳକୁ ମଜବୁତ କରିବାକୁ ଚେଷ୍ଟା କରୁଛନ୍ତି। ବିହାରରେ ଅନୁଷ୍ଠିତ ଗତ ବିଧାନସଭା ନିର୍ବାଚନରେ ତାଙ୍କ ଦଳର ୫ ଜଣ ବିଧାୟକ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୨୨ ମସିହାରେ, ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ତାଙ୍କର ଚାରିଜଣ ବିଧାୟକଙ୍କୁ ନିଜ ଶିବିରକୁ ନେଇଥିଲେ। କୋଚାଦାମନର ମହମ୍ମଦ ଇଜହର ଆସଫି, ଜୋକିହାଟର ଶାହାନବାଜ ଆଲାମ, ବାଇସିର ରୁକ୍ନୁଦ୍ଦିନ ଅହମ୍ମଦ ଏବଂ ବାହାଦୁରଗଞ୍ଜର ଅଞ୍ଜର ନାଇମି ଆରଜେଡିରେ ଯୋଗ ଦେଇଥିଲେ।

ଏଆଇଏମଆଇଏମର ବିହାର ରାଜ୍ୟ ଅଧ୍ୟକ୍ଷ ଅଖତରୁଲ ଇମାନ ଓୱାଇସିଙ୍କ ପ୍ରତି ଆନୁଗତ୍ୟ ଛାଡି ନାହାଁନ୍ତି। ବର୍ତ୍ତମାନ ସେ ବିହାରରେ ଏଆଇଏମଆଇଏମର ଏକମାତ୍ର ବିଧାୟକ ରହିଛନ୍ତି। କୁହାଯାଉଛି ନୀତୀଶ କୁମାରଙ୍କ ନିର୍ଦ୍ଦେଶରେ ଏହି ସବୁ ଘଟିଛି। ଭାଜପା ଦାବି କରିଛି ଯେ ନୀତୀଶ କୁମାର ଆରଜେଡିକୁ ବିଧାନସଭାରେ ଏକକ ବୃହତ୍ତମ ଦଳ କରିବାକୁ ଚାହୁଁଛନ୍ତି, ତେଣୁ ଭାଜପା ଛାଡିବା ପରେ ସେ ଆରଜେଡି ସହିତ ମିଶି ସରକାର ଗଠନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri