Posted inଜାତୀୟ

ପୁଣି ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା, କାର ଧକ୍କାରେ ୫ ଆହତ

ମୁମ଼୍ବାଇ, ୧୬।୬: ମହାରାଷ୍ଟ୍ରରେ ହିଟ ଆଣ୍ଡ ରନ ମାମଲା ପୁଣିଥରେ ସାମ୍ନାକୁ ଆସିଛି । ପୁଣେ ପୋର୍ସେ ଘଟଣାକୁ ଲୋକେ ଏପର୍ଯ୍ୟନ୍ତ ଭୁଲି ନଥିବା ବେଳେ ଆଉ ଏକ ସମାନ ମାମଲା ଘଟିଛି। ନାଗପୁରରେ ହାଇ ସ୍ପିଡ କାର ଯୋଗୁଁ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ନନ୍ଦନବନ ପୋଲିସ ଷ୍ଟେସନ ଅନ୍ତର୍ଗତ ଭେଙ୍କଟେସନଗର ଛକରେ ଥିବା କେଡିକେ କଲେଜ ନିକଟରେ ଜଣେ ନାବାଳକ କାର ଚଳାଉଥିଲେ। ହଠାତ୍‌ କାରଟି ନାବାଳକଙ୍କର ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା । ଫଳରେ କାରଟି ପ୍ରଥମେ ରାସ୍ତାକଡ଼ରେ ପାର୍କିଂ ହୋଇଥିବା କିଛି ଦୁଇ ଚକିଆ ଯାନକୁ ଧକ୍କା ଦେଇଥିଲା । ପରେ ଫଳ-ପନିପରିବା ବିକ୍ରେତା ଏବଂ ଲୋକଙ୍କ ଭିଡ ଭିତରକୁ ପଶି ଯାଇଥିଲା । ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେବା ପରେ କାରଟି ଅଟକି ଥିଲା।

ଏହି ଘଟଣାରେ ଫଳ ଓ ପନିପରିବା ବିକ୍ରେତାଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି। ଧକ୍କା ଦେବା ଫଳରେ ଗାଡ଼ି ଗୁଡ଼ିକ କ୍ଷତିଗ୍ରସ୍ତ ହୋଇଛି । କାର ଅଟକିବା ପରେ ଲୋକେ ରାଗିଯାଇ ନାବାଳକ ଚାଳକକୁ ଧରି ପ୍ରବଳ ମାଡ଼ ମାରିଥିଲେ । ନାବାଳକ ସାହାଯ୍ୟ ପାଇଁ ଲୋକଙ୍କୁ ଅନୁରୋଧ କରିଥିଲେ ବି କେହି ଶୁଣି ନଥିଲେ । ପରେ କିଛି ଲୋକ ଅଭିଯୁକ୍ତ ନାବାଳକଙ୍କୁ ଭିଡରୁ ଉଦ୍ଧାର କରି ପୋଲିସକୁ ଦେଇଥିଲେ। ଏହି ଘଟଣା ଶନିବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri