Posted inଜାତୀୟ

ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: ଅଭିଯୁକ୍ତ ପୁଅ ଫେରାର, ବାପାଙ୍କୁ ଜାମିନ୍‌

ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ବିଏମ୍‌ଡବ୍ଲୁ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ଅଭିଯୁକ୍ତ ରାଜେଶ ଶାହାଙ୍କୁ ଜାମିନ୍‌ ମିଳିଛି । ସୋମବାର ମାମଲାର ଶୁଣାଣି କରି ସ୍ଥାନୀୟ କୋର୍ଟ ଶିବସେନା ଶିନ୍ଦେ ଗୋଷ୍ଠୀର ଏହି ନେତାଙ୍କ ଜାମିନ୍‌ ମଞ୍ଜୁର କରିଛନ୍ତି । ଏହି ରିପୋର୍ଟ ମୁତାବିକ ଅଦାଲତ ୧୫ ହଜାର ଟଙ୍କା ଅମାନତ ରାଶି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜେଶ ଶାହା ମୁଖ୍ୟ ଅଭିଯୁକ୍ତ ମିହିର ଶାହଙ୍କ ବାପା । ୨୪ ବର୍ଷୀୟ ମିହିର ରବିବାର ଦ୍ରୁତ ଗତିରେ ବିଏମ୍‌ଡବ୍ଲୁ କାର ଚଳାଇ ଏକ ସ୍କୁଟିକୁ ଧକ୍କା ଦେଇଥିଲେ । ଫଳରେ ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିଲା ।

ଅନ୍ୟପଟେ ଆଜି ମୁମ଼୍ବାଇ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରତିକ୍ରିୟା ରଖିଛନ୍ତି । ସେ ଏହି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ଯେ ଯେଉଁ ପର୍ଯ୍ୟନ୍ତ ମୁଁ ମୁଖ୍ୟମନ୍ତ୍ରୀ ଅଛି, ସେ ପର୍ଯ୍ୟନ୍ତ ଅପରାଧୀ ଖସିଯାଇ ପାରିବେ ନାହିଁ । ଶକ୍ତିଶାଳୀ ଏବଂ ପ୍ରଭାବଶାଳୀ ଲୋକ ବ୍ୟବସ୍ଥାରେ ହେରଫେର କରିବା ପାଇଁ ନିଜ ପ୍ରତିଷ୍ଠାର ଦୂରୁପଯୋଗ କରୁଛନ୍ତି ବୋଲି ସେ କହିଛନ୍ତି । ସାଧାରଣ ଲୋକଙ୍କ ଜୀବନ ତାଙ୍କ ପାଇଁ ମୂଲ୍ୟବାନ କହିବା ସହିତ ସେ ଏହି ମାମଲାକୁ ଗମ୍ଭୀରତାର ସହ ନେବାକୁ ରାଜ୍ୟ ପୋଲିସ ବିଭାଗକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri