Posted inଜାତୀୟ

ପୁଣି ଆଉ ଗୋଟିଏ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା, ଦୁଇ ଯୁବକଙ୍କ ମୃତ୍ୟୁ

ମୁମ଼୍ବାଇ, ୧୩।୦୭: ମହାରାଷ୍ଟ୍ରରେ ପୁଣି ଆଉ ଏକ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା ସାମ୍ନାକୁ ଆସିଛି । ସମ୍ଭାଜୀ ନଗର-ଜାଲନା ହାଇୱେ ଉପରେ ଶୁକ୍ରବାର ଦ୍ରୁତଗତିରେ ଆସୁଥିବା ଏକ ୪ ଚକିଆ ଯାନ ବାଇକ୍‌କୁ ଧକ୍କା ଦେବାରୁ ଏଥିରେ ଯାଉଥିବା ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ ଗାଡ଼ିଟି ଫେରାର ହୋଇଯାଇଛି ।

ମିଳିଥିବା ସୂଚନା ଅନୁସାରେ ଏହି ଦୁଇ ଯୁବକ ଏକ ବାଇକ୍‌ ଯୋଗେ ବାରୁଡ଼ି ଗାଁରୁ ବାଦନାପୁର ଆଡ଼କୁ ଯାଉଥିଲେ । ଏହି ସମୟରେ ଦୁହିଁକୁ ଏକ ଦ୍ରୁତଗତିରେ ଆସୁଥିବା ଯାନ ସାଇଡ୍‌ ମାରିଥିଲା । ସେମାନେ ବାଇକ୍‌ରୁ ଛିଟ୍‌କି ପଡ଼ିଥିଲେ । ଏହାପରେ ଗାଡ଼ିଟି ଦୁହିଁଙ୍କ ଉପରେ ଚଢ଼ି ଯାଇଥିଲା । ଫଳରେ ଦୁହେଁ ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ପଡ଼ିରହିଥିଲେ । ସ୍ଥାନୀୟ ପୋଲିସ ଖବର ପାଇ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିବା ବେଳେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri