ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ ଧକ୍କା ଦେଇଛି। ଏଥିରେ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନେ ହେଲେ ରାମେଶ୍ୱର ପୋଲେଇ ଓ ଅଭିମନ୍ୟୁ ସାହୁ । ଉଭୟଙ୍କ ଘର ଘଟଣାସ୍ଥଳ ନିକଟରେ।
ସୂଚନାଯୋଗ୍ୟ ଯେ, ରାମେଶ୍ୱର ଭଞ୍ଜନଗର ସହରରୁ ନିଜ ଗ୍ରାମ କଇଣ୍ଟି ଅଭିମୁଖେ ଯାଉଥିଲେ। ଏହି ସମୟରେ ଅଭିମନ୍ୟୁ ନିଜ ଘରୁ ବାହାରି ସମ୍ମୁଖରେ ଥିବା ଝିଅ ଘରକୁ ଯାଉଥିଲେ। ଏହି ସମୟରେ ରାମେଶ୍ୱରଙ୍କ ବାଇକ ଅଭିମନ୍ୟୁଙ୍କୁ ଧକ୍କା ଦେଇଥିଲା। ଫଳରେ ଉଭୟ ଗୁରୁତର ଭାବେ ଆହତ ହୋଇଥିଲେ। ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦିଆଯାଇଛି।
ଅପରପକ୍ଷେ ଯେଉଁଠି ଦୁର୍ଘଟଣା ଘଟିଛି ଠିକ ସମ୍ମୁଖରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ କ୍ୟାମେରା ଲାଗିଛି। ଏହି କ୍ୟାମେରା ଦ୍ରୁତଗତି ଗାଡ଼ିକୁ ଠାବ କରିବା ପାଇଁ ଲଗାଯାଇଛି। ରାତିରେ କେଉଁଭଳି ପରିସ୍ଥିତିରେ ଉକ୍ତ ଦୁର୍ଘଟଣା ଘଟିଲା ତାହା ସଠିକ ଭାବେ ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri