Posted inଜାତୀୟ

ପୁଣି ଚାଷୀଙ୍କୁ ଧକ୍କା ଦେଲା ଭାଜପା ନେତାଙ୍କ କାର୍‌

ଚଣ୍ଡଗିଡ଼,୭।୧୦: ହରିୟାଣାରେ ୩ ବିବାଦୀୟ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀଙ୍କୁ ଭାଜପା ଏମ୍‌ପି ନୟାବ ସାଇନିଙ୍କ ଗାଡ଼ି ଧକ୍କା ଦେଇଛି। ଫଳରେ ଜଣେ ଚାଷୀ ଆହତ ହୋଇଥିବା ଆନ୍ଦୋଳନରତ ଚାଷୀମାନେ ଅଭିଯୋଗ କରିଛନ୍ତି। ଆହତ ଚାଷୀଙ୍କୁ ଅମ୍ବାଲା ନିକଟସ୍ଥ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଚିକିତ୍ସା କରାଯିବା ପରେ ଡିସଚାର୍ଜ ମିଳିଥିବା ଜଣାପଡ଼ିଛି।

ଏମ୍‌ପିଙ୍କ ଡ୍ରାଇଭର ବିରୋଧରେ ଏଫ୍‌ଆଇଆର ରୁଜୁ କରିବା ସହ ୧୦ ତାରିଖ ମଧ୍ୟରେ ଅଭିଯୁକ୍ତ ଡ୍ରାଇଭର ଥାନାରେ ଆତ୍ମସମର୍ପଣ ନ କଲେ ଘେରାଉ କରାଯିବ ବୋଲି ଚାଷୀ ସଂଗଠନ ପକ୍ଷରୁ ଧମକ ଦିଆଯାଇଛି।

ସାଇନି ସମ୍ପ୍ରଦାୟର କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଏକ ଇଭେଣ୍ଟର ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମ ସକାଳ ୧୦ଟାରେ ଆରମ୍ଭ ହେବାର ଥିଲା। କାର୍ଯ୍ୟକ୍ରମରେ ବାଧା ଦେବା ପାଇଁ କିଛି ଚାଷୀ ଏକତ୍ରିତ ହୋଇଥିବା ଆମେ ଖବର ପାଇଥିଲୁ। ଭେନ୍ୟୁରେ ପ୍ରବେଶ କରିବା ପାଇଁ ସେମାନେ ବାରିକେଡ୍‌ ଭାଙ୍ଗିବାକୁ ଉଦ୍ୟମ କରୁଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ମନ୍ତ୍ରୀ ପରବର୍ତ୍ତୀ ଇଭେଣ୍ଟ ଅଭିମୁଖେ ବାହାରି ଥିଲେ। ଏହି ସମୟରେ ବାହାରେ ଛିଡ଼ା ହୋଇଥିବା ଚାଷୀଙ୍କୁ ଭାଜପା ନେତାଙ୍କ କାର ଧକ୍କା ଦେଇଥିବା ଅଭିଯୋଗ ହୋଇଛି। ଆମେ ଘଟଣାର ତଦନ୍ତ କରିବୁ ଓ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ସବ ଇନସ୍ପେକ୍ଟର ଡୁମ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri