କାଳବୈଶାଖୀ ପ୍ରଭାବରେ କୁଆ ପଥର ମାଡ଼

ପାଟଣା,୨୬।୫(ସ୍ବ.ପ୍ର): କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶୁକ୍ରବାର ମଧ୍ୟାହ୍ନରେ ଘଡ଼ଘଡି ସହ ବର୍ଷା ହୋଇ ବିଭିନ୍ନ ସ୍ଥାନରେ କୁଆ ପଥର ମାଡ଼ ହୋଇଛି। ଏପରିକି ଜିଲାର ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ଯୋଗୁ କଇଣ୍ଡା ଗ୍ରାମରେ ୧୨ରୁ ଊର୍ଦ୍ଧ୍ୱ ଘରର ଆଜବେଷ୍ଟସ ସହ ଛପର ଉଡିଯାଇଛି। ପବନର ବେଗ ଏତେ ପ୍ରଖର ଥିଲା ଯେ, ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛ ସବୁ ଉପୁଡି ପଡିଛି। ଏପରିକି କେତେକ ସ୍ଥାନରେ ଗଛ ପଡି ଘରର ଛପର ସହ ଆଜବେଷ୍ଟସ ଭାଙ୍ଗି ନଷ୍ଟ ହୋଇଛି। ଏଥିରେ ଗୋରୁ ମଧ୍ୟ ଚାପି ହୋଇଥିବା ସୂଚନା ମିଳିଛି। ଟିଣ ଛପର ଉଡି ଗଛ ଡାଳରେ ଲଟକି ରହିଥିବା ଦେଖିବାକୁ ମିଳିଛି। କାଳ ବୈଶାଖୀ ଯୋଗୁ ବିଦ୍ୟୁତ୍‌ ଖୁଣ୍ଟ ଉପଡିବାରୁ ଅଞ୍ଚଳରେ ବିଦ୍ୟୁତ୍‌ ସେବା ମଧ୍ୟ ଠପ୍‌ ହୋଇଯାଇଛି।
ଖବର ପାଇ ତୁରୁମୁଙ୍ଗା ସରପଞ୍ଚ ସୁଲେଖା ନାଏକ ଘଟଣାସ୍ଥଳରେ ପହଞ୍ଚି କ୍ଷତିପୂରଣ ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଗ୍ରାମର ଗୋବିନ୍ଦ ଦେହୁରୀ, ଚିତ୍ରସେନ ବେହେରା, କଂସଲା ବେହେରା, ସରସ୍ବତୀ ବେହେରା, ଭାଗବତ ବେହେରା, ଧ୍ୟାନ ବେହେରା, ରବୀନ୍ଦ୍ର ବେହେରା, କୃଷ୍ଣଚନ୍ଦ୍ର ବେହେରା, ଉଗ୍ରସେନ ବେହେରା, ମଣ୍ଟୁ ବେହେରାଙ୍କ ଘର ଛପର ଉଡି ଯାଇଥିବା ବେଳେ ଜନ୍ମେଜୟ ବେହେରାଙ୍କ ଖପର ଘର ଉପରେ ଏକ ବିରାଟ ଶିମିଳି ଗଛ ପଡିଥିବାରୁ ଦୁଇ ବଖରା ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି l

 


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri