୧୮ରୁ ପୁଣି ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୫(ଅସମାପିକା ସାହୁ)ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଛି। ଏହା ସତ୍ତ୍ୱେ ତାପମାତ୍ରା ମଧ୍ୟ ବଢ଼ି ଚାଲିଛି। ତେବେ ମୌସୁମୀ ଆସିବା ପୂର୍ବରୁ ତାତି ଅସହ୍ୟ ହୋଇପଡିବ। ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ଗ୍ରୀଷ୍ମ ପ୍ରବାହ (ହିଟ୍‌ ଓ୍ବେଭ୍‌) ଅନୁଭୂତ ହେବା ସହିତ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବିଶେଷକରି ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା, ବଲାଙ୍ଗୀର ଓ ସୋନପୁରରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିସହ ୧୮ ଓ ୧୯ରେ କନ୍ଧମାଳ, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର, ବୌଦ୍ଧ, ମାଲକାନଗିରି, ସୋନପୁର ଆଦି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସେପଟେ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ଦେଖାଯାଇଛି। ପାରଳାଖେମୁଣ୍ଡିରେ ଅପରାହ୍ନ ସାଢ଼େ ୫ଟା ଭିତରେ ସର୍ବାଧିକ ୧୨.୪ ମି.ମି. ରେକର୍ଡ କରାଯାଇଛି। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ କାଳବୈଶାଖୀ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ବୁଧବାର ୪ ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବାବେଳେ ନୂଆପଡ଼ାରେ ସର୍ବାଧିକ ୪୨ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ ୪୦.୩, ସମ୍ବଲପୁର ୪୦.୫, ଝାରସୁଗୁଡ଼ା ୪୦.୨ ଓ ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri