୧୮ରୁ ପୁଣି ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୫(ଅସମାପିକା ସାହୁ)ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଛି। ଏହା ସତ୍ତ୍ୱେ ତାପମାତ୍ରା ମଧ୍ୟ ବଢ଼ି ଚାଲିଛି। ତେବେ ମୌସୁମୀ ଆସିବା ପୂର୍ବରୁ ତାତି ଅସହ୍ୟ ହୋଇପଡିବ। ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ଗ୍ରୀଷ୍ମ ପ୍ରବାହ (ହିଟ୍‌ ଓ୍ବେଭ୍‌) ଅନୁଭୂତ ହେବା ସହିତ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବିଶେଷକରି ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା, ବଲାଙ୍ଗୀର ଓ ସୋନପୁରରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିସହ ୧୮ ଓ ୧୯ରେ କନ୍ଧମାଳ, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର, ବୌଦ୍ଧ, ମାଲକାନଗିରି, ସୋନପୁର ଆଦି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସେପଟେ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ଦେଖାଯାଇଛି। ପାରଳାଖେମୁଣ୍ଡିରେ ଅପରାହ୍ନ ସାଢ଼େ ୫ଟା ଭିତରେ ସର୍ବାଧିକ ୧୨.୪ ମି.ମି. ରେକର୍ଡ କରାଯାଇଛି। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ କାଳବୈଶାଖୀ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ବୁଧବାର ୪ ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବାବେଳେ ନୂଆପଡ଼ାରେ ସର୍ବାଧିକ ୪୨ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ ୪୦.୩, ସମ୍ବଲପୁର ୪୦.୫, ଝାରସୁଗୁଡ଼ା ୪୦.୨ ଓ ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri