ପୋଲିସକୁ ଧକ୍କା ମାରି ଛୁ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ସହର ନାରଣସାଗର ନିକଟରେ ଶନିବାର ରାତିରେ ଗଣ୍ଡଗୋଳ ବେଳେ ବାଇକ୍‌ରେ ପାଟ୍ରୋଲିଂ କରୁଥିବା ଜଣେ ପୋଲିସ କର୍ମଚାରୀଙ୍କୁ ଗଣ୍ଡଗୋଳକାରୀ ଯୁବକମାନେ ଧକ୍କାମାରି ଖସିଯିବା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ୪ରୁ ୫ ଜଣ ଯୁବକ ସନ୍ଧ୍ୟାରେ କାଫେ ଅଞ୍ଚଳକୁ ଚା ପିଇବାକୁ ଆସିଥିଲେ। ସେମାନଙ୍କ ନଜର ଅନ୍ୟ ଜଣେ ଯୁବକଙ୍କ ଉପରେ ପଡ଼ିବା ପରେ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଏପରି କି ପଥର ଓ କାଫେ ସେଣ୍ଟରର ଚେୟାର ଉଠାଇ ମାରଧର କରାଯାଇଥିଲା। ଏହି ଗଣ୍ଡଗୋଳ ଯୋଗୁ କାଫେ ମାଲିକଙ୍କ କେତୋଟି ଟେବୁଲ ଚେୟାର ଭାଙ୍ଗିଯାଇଥିବା ବ୍ୟବସାୟୀ ଜଣଙ୍କ କହିଛନ୍ତି। ତେବେ ଗଣ୍ଡଗୋଳ ବେଳେ ବାଇକରେ ପାଟ୍ରୋଲିଂ କରୁଥିବା ପୋଲିସ ପହଞ୍ଚିବାରୁ ଗଣ୍ଡଗୋଳକାରୀ ଯୁବକମାନେ ତାଙ୍କୁ ଧକ୍କା ମାରିଥିଲେ। ଗାଳିଗୁଲଜ କରି ସେଠାରୁ ଖସିଯାଇଥିଲେ। ପରେ ପିସିଆର୍‌ ଭ୍ୟାନ ପହଞ୍ଚି ଘଟଣାସ୍ଥଳରୁ ଜଣେ ଯୁବକ ଓ ଏକ ମୋଟରସାଇକେଲ ଥାନାକୁ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri