ପୋଲିସକୁ ଧକ୍କା ମାରି ଛୁ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ସହର ନାରଣସାଗର ନିକଟରେ ଶନିବାର ରାତିରେ ଗଣ୍ଡଗୋଳ ବେଳେ ବାଇକ୍‌ରେ ପାଟ୍ରୋଲିଂ କରୁଥିବା ଜଣେ ପୋଲିସ କର୍ମଚାରୀଙ୍କୁ ଗଣ୍ଡଗୋଳକାରୀ ଯୁବକମାନେ ଧକ୍କାମାରି ଖସିଯିବା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ୪ରୁ ୫ ଜଣ ଯୁବକ ସନ୍ଧ୍ୟାରେ କାଫେ ଅଞ୍ଚଳକୁ ଚା ପିଇବାକୁ ଆସିଥିଲେ। ସେମାନଙ୍କ ନଜର ଅନ୍ୟ ଜଣେ ଯୁବକଙ୍କ ଉପରେ ପଡ଼ିବା ପରେ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଏପରି କି ପଥର ଓ କାଫେ ସେଣ୍ଟରର ଚେୟାର ଉଠାଇ ମାରଧର କରାଯାଇଥିଲା। ଏହି ଗଣ୍ଡଗୋଳ ଯୋଗୁ କାଫେ ମାଲିକଙ୍କ କେତୋଟି ଟେବୁଲ ଚେୟାର ଭାଙ୍ଗିଯାଇଥିବା ବ୍ୟବସାୟୀ ଜଣଙ୍କ କହିଛନ୍ତି। ତେବେ ଗଣ୍ଡଗୋଳ ବେଳେ ବାଇକରେ ପାଟ୍ରୋଲିଂ କରୁଥିବା ପୋଲିସ ପହଞ୍ଚିବାରୁ ଗଣ୍ଡଗୋଳକାରୀ ଯୁବକମାନେ ତାଙ୍କୁ ଧକ୍କା ମାରିଥିଲେ। ଗାଳିଗୁଲଜ କରି ସେଠାରୁ ଖସିଯାଇଥିଲେ। ପରେ ପିସିଆର୍‌ ଭ୍ୟାନ ପହଞ୍ଚି ଘଟଣାସ୍ଥଳରୁ ଜଣେ ଯୁବକ ଓ ଏକ ମୋଟରସାଇକେଲ ଥାନାକୁ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri