Posted inଖେଳ

ବଡ଼ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: କୌଣସି ଏସିଆନ୍‌ ବ୍ୟାଟ୍ସମ୍ୟାନ୍‌ ଏମିତି କରିପାରିନାହାନ୍ତି

ଧର୍ମଶାଳା,୮।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଶେଷ ଟେଷ୍ଟର ପ୍ରଥମ ଇନିଂସରେ ଇଂଲଣ୍ଡ ଦଳ ୨୧୮ ରନରେ ଅଲଆଉଟ ହୋଇଥିଲେ। ଏହାର ଜବାବରେ ଭାରତ ଗୋଟିଏ ଉଇକେଟ ହରାଇ ୧୩୦ ରନ୍‌ କରିଛନ୍ତି। ବର୍ତ୍ତମାନ ଭାରତୀୟ ଅଧିନାୟକ ରୋହିତ ଶର୍ମା ୫୨ ରନ୍‌ରେ ଖେଳୁଛନ୍ତି। ୟଶସ୍ବୀ ଜୟସ୍ବାାଲ ୫୭ ରନରେ ଆଉଟ୍‌ ହୋଇଛନ୍ତି। ଏଥିସହ ରୋହିତ ଶର୍ମା ଏକ ସ୍ବତନ୍ତ୍ର ତାଲିକାରେ ସ୍ଥାନ ହୋଇଛନ୍ତି। ରୋହିତ ଅଧିନାୟକ ଭାବରେ ସମସ୍ତ ତିନୋଟି ଫର୍ମାଟରେ ୧୦୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହା କରିବାରେ ତୃତୀୟ ଭାରତୀୟ ଖେଳାଳି।
ରୋହିତ ଶର୍ମାଙ୍କ ପୂର୍ବରୁ ମହେନ୍ଦ୍ର ସିଂ ଧୋନୀ ଏବଂ ବିରାଟ କୋହଲି ଭାରତୀୟ ଅଧିନାୟକ ଭାବରେ ଏହି ତିନିଟିରେ ୧୦୦୦ ରନ ସଂଗ୍ରହ କରିଥିଲେ। ଏହା ବ୍ୟତୀତ ଦକ୍ଷିଣ ଆଫ୍ରିକାର ଫାଫ ଡୁ ପ୍ଲେସିସ, ନ୍ୟୁଜିଲାଣ୍ଡର କେନ ୱିଲିୟମସନ ଏବଂ ପାକିସ୍ଥାନର ବାବର ଆଜାମ ଏହା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ବିଶ୍ୱ କ୍ରିକେଟ ରେ କେବଳ ୬ ଅଧିନାୟକ ସମସ୍ତ ତିନୋଟି ଫର୍ମାଟରେ ୧୦୦୦ ରନ ସଂଗ୍ରହ କରିଛନ୍ତି। ଏହା ବ୍ୟତୀତ ରୋହିତ ଶର୍ମା ତାଙ୍କ ନାମରେ ଆଉ ଏକ ବଡ଼ ରେକର୍ଡ କରିଛନ୍ତି। ରୋହିତ ଶର୍ମା ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ୫୦ଟି ଛକା ପୂରଣ କରିଛନ୍ତି। ସେ ହେଉଛନ୍ତି ପ୍ରଥମ ଏସୀୟ ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ…

ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା…

ଧୋଇଲା ଭୂତପଙ୍କାଳ ବ୍ରିଜ୍‌: ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର ଯାତାୟାତ ଠପ୍‌, ଅନିର୍ଦ୍ଦିଷ୍ଟ କାଳ…

ଦାରିଙ୍ଗବାଡ଼ି,୨୯।୧୦(ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ବନ୍ୟାଜନିତ ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି। ଗଞ୍ଜାମ ଜିଲାର ଗାଜଲବାଡ଼ି ନିକଟରେ ଥିବା ଭୂତପଙ୍କାଳ ବ୍ରିଜ…

ଇଶାନ କିଶନଙ୍କ ରେକର୍ଡକୁ ବିପଦ! ମାତ୍ର ଏତିକି ରନ୍‌ କଲେ ଇତିହାସ ରଚିବେ ଅଭିଷେକ

ନୂଆଦିଲ୍ଲୀ, ୨୯।୧୦: ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ବ୍ୟାଟ ଏବେ ଜୋର୍‌ଦାର ଚାଲୁଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଟି-୨୦ ଅନ୍ତର୍ଜାତୀୟ ସିରିଜରେ ମଧ୍ୟ ଏହି ଭାରତୀୟ ଓପନର୍ସଙ୍କ…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା…

ବ୍ରହ୍ମପୁର-ଭୁବନେଶ୍ୱରରୁ ବିଚ୍ଛିନ୍ନ ଭଞ୍ଜନଗର: ଘରେ ପଶିଲା ପାଣି, ଭାସିଲା ଗାଡ଼ି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ):ଜାତୀୟ ବିପର୍ଯ୍ୟୟ ପରିଚାଳନା ଦିବସରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୃଷ୍ଟି ହୋଇଛି ଭୟାବହ ବନ୍ୟା ପରିସ୍ଥିତି। ମାତ୍ର ୧୨ ଘଣ୍ଟାର…

ଚାଷୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, କହିଲେ ପଶୁ-ପକ୍ଷୀ ମୃତଦେହ ଖାଇଲେ ହିଁ….

ମୁମ୍ବାଇ,୨୯।୧୦: ଚାଷୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ମହାରାଷ୍ଟ୍ରର ବୁଲଢାଣାରୁ ଶିବସେନା (ଏକନାଥ ସିନ୍ଦେ ଗୋଷ୍ଠୀ) ବିଧାୟକ ସଞ୍ଜୟ ଗାଏକୱାଡ଼। ସେ କହିଛନ୍ତି,…

ମହାବାତ୍ୟାର ୨୭ ବର୍ଷ: ଯୁବକଙ୍କ ଆଖିଆଗରେ ଭାସି ଯାଇଥିଲେ ପାଣିଖିଆ ଗାଁ ୧୨ ଜଣ, ଏବେ ବି…

ମହାକାଳପଡ଼ା, ୨୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ମହାବାତ୍ୟାର କରାଳ ଦୃଶ୍ୟ ଏବେବି ଲୋକଙ୍କର ମନେପଡ଼େ। ଆଜିକୁ ୨୭ ବର୍ଷ ପୂର୍ବେ ସମୁଦ୍ରକୂଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?