Posted inଖେଳ

ହୃଦୟ ଜିତିଲେ ହିଟ୍‌ମ୍ୟାନ୍‌

ଗୁଆହାଟୀ,୧୧।୧: ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୬୭ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଗୁଆହାଟୀରେ ଖେଳାଯାଇଥିବା ଏହି ମ୍ୟାଚରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ମ୍ୟାଚ୍‌ରେ ଖେଳ ଭାବନା ଦେଖାଇ ରୋହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି।
ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ନନ୍‌-ଷ୍ଟ୍ରାଇକର ଏଣ୍ଡ୍‌ରେ ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକାଙ୍କୁ ଆଉଟ କରିଥିଲେ। ରୋହିତ ତାଙ୍କୁ ଆଉଟ୍‌ ନ କରିବା ପାଇଁ ‘ମଙ୍କଡିଂ’ ଆଉଟ୍‌ ଆବେଦନକୁ ଫେରାଇ ନେଇଥିଲେ। ଏହା ପରେ ଶାନାକା ତାଙ୍କ ପାଖକୁ ଯାଇ ହାତ ମିଳାଇଥିଲେ। ଏହି ପୂରା ଘଟଣା ମ୍ୟାଚର ଶେଷ ଓଭରରେ ଦେଖିବାକୁ ମିଳିଥିଲା। ୯୮ ରନ୍‌ରେ ଶାନାକା ଅପରାଜିତ ଥିବାବେଳେ ଶାମି ଚତୁର୍ଥ ବଲକୁ ବୋଲିଂ କରିବାକୁ ଆଗେଇ ଆସିଲେ, ସେତେବେଳେ ସେ ନନ୍‌-ଷ୍ଟ୍ରାଇକର ଏଣ୍ଡ୍‌ରେ ଶାନାକାଙ୍କୁ କ୍ରିଜରୁ ବାହାର ଆସୁଥିବାର ଦେଖି ତାଙ୍କୁ ଆଉଟ୍‌ କରିଥିଲେ।
ଫିଲ୍ଡ ଅମ୍ପାୟାର ତୃତୀୟ ଅମ୍ପାୟାରଙ୍କ ମତାମତ ନେବାକୁ ଚେଷ୍ଟା କରିଥିଲେ। ରୋହିତ କିନ୍ତୁ ଫିଲ୍ଡ ଅମ୍ପାୟାରଙ୍କ ନିକଟକୁ ଯାଇ ତାଙ୍କୁ ଅଟକାଇଥିଲେ। ରୋହିତ ଏହି ଆବେଦନ ପ୍ରତ୍ୟାହାର କରିନେଲେ। ଏହା ପରେ ଶାନାକା ମଧ୍ୟ ତାଙ୍କ ଶତକ ପୂରଣ କରିଥିଲେ। ଏହା ତାଙ୍କର ଦିନିକିଆ କ୍ୟାରିୟରର ଦ୍ୱିତୀୟ ଶତକ। ମ୍ୟାଚ ପରେ ରୋହିତ ଶର୍ମାଙ୍କୁ ଏ ବିଷୟରେ ପଚରାଯିବାରୁ ସେ କହିଥିଲେ, ଶାମି ଏହା କରିଛନ୍ତି ବୋଲି ମୋର କୌଣସି ଧାରଣା ନ ଥିଲା। ଶାନାକା ୯୮ ରନରେ ବ୍ୟାଟିଂ କରୁଥିଲେ। ଆମେ ତାଙ୍କୁ ସେପରି ଆଉଟ୍‌ କରିବାକୁ ଚାହୁଁ ନ ଥିଲୁ। ସେ ଏକ ଚମତ୍କାର ଇନିଂସ ଖେଳିଥିଲେ। ରୋହିତଙ୍କ ଏହି ନିଷ୍ପତ୍ତିକୁ ଏବେ ସୋସିଆଲ ମିଡିଆରେ ବେଶ୍‌ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri