ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା (TB) ରୋଗ ନିରାକରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ସହିତ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।

ବିଦ୍ୟାଳୟର ଯୁବ ରେଡକ୍ରସ ୟୁନିଟ୍ ଏବଂ ରେଡ୍ ରିବନ୍ କ୍ଲବ୍ ପକ୍ଷରୁ ଆୟୋଜିତ ଏହି ସଭାରେ ବିଦ୍ୟାଳୟ ଅଧ୍ୟକ୍ଷ ଇ. ପ୍ରଦୀପ କୁମାର ପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଅଧ୍ୟାପକ ଦୁର୍ଯୋଧନ ଜେନା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ବା ବକ୍ତା ଭାବେ ଅବସରପ୍ରାପ୍ତ ଡାକ୍ତର ମେହେଙ୍କାଳ ବିଷୋୟୀ, ଜିପିଏସଏସର ସମ୍ପାଦକ ତଥା ପ୍ରକୃତିମିତ୍ର ବୃନ୍ଦାବନ ପଣ୍ଡା, ଅଧ୍ୟାପକ ସତ୍ୟ ଶରଣ ପାଠୀ, ଅଧ୍ୟାପିକା ସ୍ୱୟଂପ୍ରଭା ସାହୁ, ଶେରଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆଇଟିସି କାଉନସିଲର କାମନା ପଣ୍ଡା ଏବଂ ଆଡ଼ପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଯକ୍ଷ୍ମା ନିରାକରଣ ବିଭାଗ ସୁପରଭାଇଜର ଶିବ ପ୍ରସାଦ ଦାସ ମଞ୍ଚାସୀନ ଥିଲେ।

କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗଦେଇ ଅସୁରକ୍ଷିତ ଯୌନ ସମ୍ପର୍କ ଏବଂ ଅନ୍ୟାନ୍ୟ କାରଣରୁ କିପରି ଏଡ୍‌ସ୍ ବ୍ୟାପିଥାଏ, ସେ ସମ୍ପର୍କରେ ଆଲୋକପାତ କରିଥିଲେ। ଏହାସହ ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗର ସଂକ୍ରମଣ, ଏହାର ନିରାକରଣ, ଉପଯୁକ୍ତ ଚିକିତ୍ସା ଏବଂ ସମାଜରେ ଏହି ରୋଗୀଙ୍କ ପ୍ରତି ରହିଥିବା ଭେଦଭାବକୁ ଦୂର କରିବା ନେଇ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ବିସ୍ତୃତ ଭାବେ ସଚେତନ କରାଇଥିଲେ। ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ବୃନ୍ଦ ଏହି କାର୍ଯ୍ୟକ୍ରମ ପରିଚାଳନାରେ ପୂର୍ଣ୍ଣ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?