ରୁଷିଆ ସୈନ୍ୟବାହିନୀରେ ଏଚଆଇଭି-ହେପାଟାଇଟିସ ଆକ୍ରାନ୍ତ କଏଦୀଙ୍କୁ ନିଯୁକ୍ତି…

ମସ୍କୋ,୩୧।୧୦ : ୟୁକ୍ରେନ ଯୁଦ୍ଧରେ ରୁଷିଆ ଏବେ ନିଜର ସୈନ୍ୟବାହିନୀରେ ଏଚଆଇଭି ଏବଂ ହେପାଟାଇଟିସ -ସି ଆକ୍ରାନ୍ତ କଏଦୀଙ୍କୁ ନିଯୁକ୍ତି ଦେବାରେ ଲାଗିଛି। ପ୍ରକାଶ ଯେ, ରାଷ୍ଟ୍ରପତି ଭ୍ଳାଡିମିର ପୁଟିନଙ୍କ ବ୍ୟକ୍ତିଗତ ସେନା ୱେଗ୍ନର୍‌ ଗ୍ରୁପ ୟୁକ୍ରେନ ଯୁଦ୍ଧକୁ ପଠାଇବାକୁ ଏଭଳି ଆକ୍ରାନ୍ତଙ୍କୁ ନିଯୁକ୍ତି ଦେଉଛି।

ବ୍ରିଟେନର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଘରୋଇ ସେନାରେ ଭର୍ତ୍ତି ହୋଇଥିବା ଏହି ଆକ୍ରାନ୍ତମାନେ ଜେଲରେ କଏଦୀ ଭାବେ ରହୁଥିଲେ। ପୂର୍ବର ଯୁଦ୍ଧରେ ୱେଗ୍ନର ଗ୍ରୁପରେ ନିଯୁକ୍ତି ସଂଖ୍ୟା ବହୁତ ଅଧିକ ଥିଲା। ଏହାର ଅନେକ ଅପରେଟର ବୃତ୍ତିଗତ ସୈନିକ ଭାବରେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ଅସୁସ୍ଥ କଏଦୀମାନଙ୍କୁ ନିଯୁକ୍ତି ଦିଆଯାଉଛି। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଅଭିଜ୍ଞତା ଏବଂ ଯୋଗ୍ୟତା ପରିବର୍ତ୍ତେ ଆକ୍ରାନ୍ତ ସ୍ଥିତି ଉପରେ ପ୍ରାଥମିକତା ଦିଆଯାଉଛି ।

ଭ୍ଲାଦିମିର ପୁଟିନଙ୍କ ବ୍ୟକ୍ତିଗତ ସେନାରେ ୧୦୦ରୁ ଅଧିକ କଏଦୀଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନଙ୍କୁ ଚିହ୍ନିବା ପାଇଁ ଏକ ରଙ୍ଗୀନ ବ୍ରେସଲେଟ ପିନ୍ଧାଯାଉଛି। ୟୁକ୍ରେନର ସାମରିକ ଗୁପ୍ତଚର ବିଭାଗ କହିଛି ଯେ ଏହା ଅନ୍ୟ ରୁଷିଆ ସୈନିକମାନଙ୍କ ମଧ୍ୟରେ ଏହା ଯୋଗୁ ଭୟ ବିସ୍ତାର ହୋଇଛି। ମିଡିଆ ରିପୋର୍ଟରେ ଏହିପରି ସୈନିକମାନଙ୍କୁ ଅନ୍ୟ ସୈନିକମାନଙ୍କଠାରୁ ଅଲଗା ରଖାଯାଉଛି। ସେମାନଙ୍କୁ ସାଧାରଣ ସୈନିକଙ୍କ ସହିତ ମିଳାମିଶାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri