ନାଲ୍‌କୋରେ ହେବ ଏଚ୍‌ଆଇଭି ସ୍କ୍ରିନିଂ

ଅନୁଗୋଳ ଅଫିସ୍‌, ୯।୮ : ଏଡ୍‌ସ ଓ ଏଚ୍‌ଆଇଭି ସଂକ୍ରାନ୍ତୀୟ କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଏଡ୍‌ସ ନିୟନ୍ତ୍ରଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସରେ ନାଲ୍‌କୋଠାରେ ହେବାକୁ ଥିବା ଏଚ୍‌ଆଇଭି ସ୍କ୍ରିନିଂ କାର୍ଯ୍ୟକ୍ରମକୁ ସୂଚାରୁରୂପେ ପାଳନ କରିବାକୁ ଆଲୋଚନା କରାଯାଇଥିଲା। ଏଥିପାଇଁ ନାଲ୍‌କୋ ଜିଲା ଏଡ୍‌ସ ପ୍ରତିରୋଧ କକ୍ଷରେ ଏକ କମ୍ପ୍ୟୁଟର ଲଗାଯିବ। ଆସନ୍ତା ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ଏକ ସଚେତନତା ରଥ ବିଭିନ୍ନ ବ୍ଲକ ପରିକ୍ରମା କରିବ। ଏଚ୍‌ଆଇଭି ଆକ୍ରାନ୍ତଙ୍କ ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ। ଦି ମେଡିକ୍ସ ପକ୍ଷରୁ ତୃତୀୟ ଲିଙ୍ଗୀଙ୍କ ଆଧାରକାର୍ଡ ପ୍ରସ୍ତୁତି ପାଇଁ ସହାୟତା କରାଯିବ। କୋଭିଡ୍‌ ସମୟରେ ଏଡ୍‌ସ ଆକ୍ରାନ୍ତ ପାଇଁ ଆସିଥିବା ରାଶନ ସାମଗ୍ରୀକୁ ତୁରନ୍ତ ବଣ୍ଟନ ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି। ବୈଠକରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅଭୟ ଦାଶ, ଜିଲା ଏଡ୍‌ସ ନିୟନ୍ତ୍ରଣ ଅଧିକାରୀ ଡ. ବିଶ୍ୱବିହାରୀ ମହାନ୍ତି, ଡିପିଏମ୍‌ ଡା. ପ୍ରମିଳା ହୋତା, ଡା. ଶାଶ୍ୱତ ସାଗର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ ୪ ଲକ୍ଷ ୯୭ ହଜାର ୮୦୮ ଜଣଙ୍କ କାଉନ୍‌ସେଲିଂ ଏବଂ ୪ ଲକ୍ଷ ୪୧ ହଜାର ୮୦ ଜଣଙ୍କ ଏଚ୍‌ଆଇଭି ପରୀକ୍ଷା ହୋଇଛି। ସେମାନଙ୍କ ମଧ୍ୟରୁ ୨,୦୦୪ ଜଣ ଆକ୍ରାନ୍ତ ବୋଲି ସୂଚନା ଦିଆଯାଇଛି। ବୈଠକରେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ, କର୍ମଚାରୀ, ସାମାଜିକ କର୍ମୀ, ଶିଳ୍ପ ସଂସ୍ଥାର କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri