କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ ଆସୁନି। କାରଣ ରକ୍ତ ପରୀକ୍ଷଣ ଲାଗି ବ୍ୟବହୃତ ଏଚ୍‌ଆଇଭି ପରୀକ୍ଷଣ ମେଶିନ ହିଁ ଅଚଳ ହୋଇପଡ଼ିଛି। ଢେଙ୍କାନାଳ ଜିଲା ଚିକିତ୍ସାଳୟରେ ଏପରି ଅବ୍ୟବସ୍ଥା ଏବେ ରୋଗୀଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥିବାବେଳେ ସ୍ବେଚ୍ଛାକୃତ ରକ୍ତଦାତାଙ୍କ ମଧ୍ୟରେ ରକ୍ତଦାନ କରିବା ଲାଗି ଥିବା ଆଗ୍ରହ କମିବାରେ ଲାଗିଛି।
ରକ୍ତଭଣ୍ଡାରରେ ଥିବା ୩ ଏଚ୍‌ଆଇଭି ପରୀକ୍ଷଣ ମେଶିନ ମଧ୍ୟରୁ ୨ଟି ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଥିଲା। ବର୍ଷେ ହେବ ଏକ ନୂଆ ମେଶିନ ଅଣାଯାଇଛି। ଓ୍ବାରେଣ୍ଟି ଅବଧି ଥିବା ସତ୍ତ୍ୱେ ଗତ ୨ ତାରିଖରୁ ଏହା ମଧ୍ୟ କାମ କରୁନାହିଁ। ଦୀର୍ଘଦିନ ଧରି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷଣ ମେଶିନ ଖରାପ ହୋଇ ପଡ଼ିବା ଏବଂ ଏହାର ମରାମତି ଦିଗରେ ପଦକ୍ଷେପ ନିଆଯାଉନାହିଁ। ଅନ୍ୟପଟେ କରୋନା ସଙ୍କଟ ସମୟରେ ଶିବିରରୁ ସଂଗୃହୀତ ହୋଇ ରକ୍ତ ଭଣ୍ଡାରକୁ ଆସୁଥିବା ରକ୍ତ ପରୀକ୍ଷଣ ହୋଇପାରୁ ନ ଥିବାରୁ କାମରେ ଲାଗୁନାହିଁ। ଏହାକୁ ନେଇ ସ୍ବେଚ୍ଛାକୃତ ରକ୍ତଦାତାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। କରୋନା ପାଇଁ ବାହାରୁ ମେକାନିକ୍‌ ଆସି ପାରୁ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିବା କର୍ମଚାରୀମାନେ କହିଛନ୍ତି। ଏଚ୍‌ଆଇଭି ପରୀକ୍ଷଣ ପାଇଁ ତୁରନ୍ତ ଏକ ନୂତନ ମେଶିନ ଯୋଗାଇଦେବା ଲାଗି ଜିଲା ସଚେତନ ନାଗରିକ ଫୋରମର ଉପସଭାପତି ପଙ୍କଜ କୁମାର ନାୟକ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ ସିଡିଏମ୍‌ଓ ଡା. ସୁଜାତା ମିଶ୍ର କୁହନ୍ତି, ମେଶିନ ମରାମତି କରିବାକୁ ବୁଧବାର ମେକାନିକ୍‌ ଆସିଥିଲେ। ଏଥିରେ ଆଉ କିଛି ଯନ୍ତ୍ରାଂଶ ଲାଗିବ। ମରାମତି ପରେ ଦିନେ ଦୁଇଦିନ ମଧ୍ୟରେ ମେଶିନ୍‌ଗୁଡ଼ିକ କାର୍ଯ୍ୟକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri