ବ୍ରିଜ୍‌ରେ ଝୁଲି ରହିଲା ହାଇୱା

ବାରଙ୍ଗ,୧।୯(ଲିଙ୍ଗରାଜ ରାଉତ): ଦ୍ରୁତଗତିରେ ଆସୁଥିବା ହାଇୱାଟି ଭାରସାମ୍ୟ ହରାଇ ରଘୁନାଥପୁର ଗାଁମୁଣ୍ଡରେ ଥିବା ବୁଢାନାଳ ସେତୁର ବ୍ୟାରିକେଡକୁ ଧକ୍କାଦେଇ ଝୁଲି ପଡ଼ିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ହାଇୱା ଚାଳକ ଫେରାର ହୋଇଯାଇଥିବା ବେଳେ କାହାର କୌଣସି କ୍ଷତି ହୋଇ ନାହିଁ।
ପ୍ରକାଶ ଯେ, ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ମୁଣ୍ଡ ବ୍ରିଜ ଉପରେ ଶୁକ୍ରବାର ସକାଳ ପ୍ରାୟ ୭ଟା ସମୟରେ ଭୁବନେଶ୍ୱର ପଟୁ ନନ୍ଦନକାନନ ଅଭିମୁଖେ ଆସୁଥିବା ଏକ ବାଲି ବୋଝେଇ ହାଇୱା ଓଆର୦୨ବିଏଲ୯୧୩୧ ଟି କୌଣସି କାରଣରୁ ଭାରସାମ୍ୟ ହରାଇ ବ୍ରିଜର ବ୍ୟାରିକେଡ଼କୁ ଧକ୍କା ଦେଇଥିଲା। ଫଳରେ ହାଇୱାଟି ବ୍ରିଜ ତଳକୁ ଝୁଲି ରହିଥିଲା। ସୌଭାଗ୍ୟବଶତଃ କେହି ମୃତାହତ ହୋଇ ନ ଥିବା ବେଳେ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବରପାଇ ନନ୍ଦନକାନନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦେଖାଦେଇଥିବା ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri