ହାଇଓ୍ବା-ବାଇକ୍‌ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ହିଞ୍ଜିଳିକାଟୁ,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଛକ ଜାତୀୟ ରାଜପଥ ନଂ ୫୯ରେ ଶନିବାର ଅପରାହ୍ନରେ ହାଇଓ୍ବା ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ମୃତକ ହେଲେ କୁକୁଡ଼ାଖଣ୍ଡି ଗ୍ରାମର ସଞ୍ଜୀବ ପାତ୍ର (୨୧)। ଗୁରୁତରଙ୍କ ପରିଚୟ ମିଳିପାରିନାହିଁ।
ପ୍ରକାଶ ଯେ, ବାଇକ୍‌ ଚାଳକ କୁକୁଡାଖଣ୍ଡି ଗ୍ରାମର ସଞ୍ଜୀବ ଓ ବ୍ରହ୍ମପୁର ଅଞ୍ଚଳର ଜଣେ ଯୁବକ ବାଇକ୍‌ (ଓଡି୦୭ଏ ୭୫୬୧) ଯୋଗେ ଏସି ମରାମତି କରିବା ପାଇଁ ଆସିକା ଅଭିମୁଖେ ଯାଉଥିବା ବେଳେ ଆସିକାଠାରୁ ହିଞ୍ଜିଳିକାଟୁ ଅଭିମୁଖେ ଯାଉଥିବା ଏକ ହାଇଓ୍ବା (ଓଡି୩୨ଜି ୦୭୮୮) ସହ ପିତ୍ତଳ ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁରୁତରଙ୍କୁ ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡ଼ିକୁ ପୋଲିସ ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri