ହାଇଓ୍ବା-କାର୍‌ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୩ ଗୁରୁତର

କୋରାପୁଟ,୧୩ା୧୨(ଅମିତାଭ ବେହେରା): କୋଡିଙ୍ଗା ମାଳି ବକ୍ସସାଇଡ୍‌ ପରିବହନ ହାଇଓ୍ବା ଓ କାର୍‌ ମୁହାମୁହିଁ ଧକ୍କା ହେବାରୁ ବୁଧବାର ଜଣଙ୍କର ଜୀବନ ଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଅଞ୍ଚଳ ଗୁମାର ଲୋକେ ଭୁବନେଶ୍ୱର ଯାଇ ଫେରୁଥିବା ସମୟରେ ଦୁର୍ଘଟଣାରେ ଶିକାର ହୋଇଛନ୍ତି। କାର୍‌ ଡ୍ରାଇଭରଙ୍କ ସମେତ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ତେବେ କୋରାପୁଟ ମେଡିକାଲରେ ସବୀର ସାହୁଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଶିବରାମ ଆଚାର୍ଯ୍ୟ, ଦିନେଶ ମିଶ୍ର ଓ ବିମଳ ଚୌଧୁରୀ ଏବେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଘଟଣାଟି ୩୨୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ଟିମାଝଲା ଛକ ନିକଟରେ ଘଟିଛି। ହାଇଓ୍ବା ଘଟଣାସ୍ଥଳରୁ ଫେରାର ଖବର ପାଇ ଲକ୍ଷ୍ମୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri