ଚାପିଦେଲା ହାଇଓ୍ବା, ୩ ଡ୍ରାଇଭର ମୃତ

କେନ୍ଦୁଝର,୪ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ନିକଟ ୨୦ ନଂ. ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହାଇଓ୍ବା ଗାଡ଼ି ଚାପି ଦେବାରୁ ୩ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଆଡୁ ଯୋଡ଼ା ଖଣି ଅଞ୍ଚଳ ଅଭିମୁଖେ ଯାଉଥିବା ଏକ ୧୬ ଚକିଆ ହାଇଓ୍ବା ଅନ୍ୟ ଏକ ଟ୍ରକକୁ ଓଭରଟେକ୍‌ କରୁଥିବା ବେଳେ ଟ୍ରକର ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଛିଡା ହୋଇଥିବା ୩ ଜଣ ଡ୍ରାଇଭରଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ସୋସୋ ଥାନା ଅନ୍ତର୍ଗତ ବାଙ୍ଗୋର ଗ୍ରାମର ହରେକୃଷ୍ଣ ନାୟକ (୫୦) ଏବଂ ଭଦ୍ରକ ଜିଲା ଆଗରପଡ଼ା ଥାନା ଅନ୍ତର୍ଗତ ଆଡ଼ିଆ ଗ୍ରାମର ଅଖିଳ କୁମାର ସେଠୀ (୪୨)ଙ୍କ ମୃତ୍ଯଯ ହୋଇଥିଲା। ଗୁରୁତର ଅବସ୍ଥାରେ ସୋସୋ ଥାନା ଢେଙ୍କା ଗ୍ରାମର ବଳଭଦ୍ର ନାଏକ (୩୪)ଙ୍କୁ କେନ୍ଦୁଝର ମୁଖ୍ୟ ଚିକିସତ୍ାଳୟକୁ ଅଣାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଗତକାଲି ରାତିରେ ଟ୍ରକ୍‌ ପାର୍କିଂ କରି ରାଙ୍କି ପେଟ୍ରୋଲ ପମ୍ପ ନିକଟରେ ଥିବା ଢାବାକୁ ଖାଇବାକୁ ଯିବା ସମୟରେ ଏହି ଅଘଟଣ ଘଟିଥିଲା। ଦୁର୍ଘଟଣା ଘଟାଇଥିବା ହାଇଓ୍ବା ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛନ୍ତି। ଖବର ପାଇ ଟାଉନ ପୋଲିସ ଦୁର୍ଘଟଣା ଘଟାଇଥିବା ହାଇଓ୍ବା ଓଡି ୦୯ ପି ୬୬୯୮କୁ ଜବତ କରିବା ସହ ଘଟଣାର ତଦନ୍ତ ଚାଲିଛି ବୋଲି ଟାଉନ ଥାନା ଏସ୍‌ଆଇ ମେରୀ କେରକେଟା କହିଛନ୍ତ।

ଅନ୍ୟପକ୍ଷରେ ମୃତଦେହ ବ୍ୟବଚ୍ଛେଦ ପରେ ଗୁରୁବାର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଏନେଇ ୧୮୧/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛିବୋଲି ଏଏସ୍‌ଆଇ ଅନାମ ଚରଣ ମହାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri