ଚାପିଦେଲା ହାଇଓ୍ବା, ୩ ଡ୍ରାଇଭର ମୃତ

କେନ୍ଦୁଝର,୪ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ନିକଟ ୨୦ ନଂ. ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହାଇଓ୍ବା ଗାଡ଼ି ଚାପି ଦେବାରୁ ୩ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଆଡୁ ଯୋଡ଼ା ଖଣି ଅଞ୍ଚଳ ଅଭିମୁଖେ ଯାଉଥିବା ଏକ ୧୬ ଚକିଆ ହାଇଓ୍ବା ଅନ୍ୟ ଏକ ଟ୍ରକକୁ ଓଭରଟେକ୍‌ କରୁଥିବା ବେଳେ ଟ୍ରକର ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଛିଡା ହୋଇଥିବା ୩ ଜଣ ଡ୍ରାଇଭରଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ସୋସୋ ଥାନା ଅନ୍ତର୍ଗତ ବାଙ୍ଗୋର ଗ୍ରାମର ହରେକୃଷ୍ଣ ନାୟକ (୫୦) ଏବଂ ଭଦ୍ରକ ଜିଲା ଆଗରପଡ଼ା ଥାନା ଅନ୍ତର୍ଗତ ଆଡ଼ିଆ ଗ୍ରାମର ଅଖିଳ କୁମାର ସେଠୀ (୪୨)ଙ୍କ ମୃତ୍ଯଯ ହୋଇଥିଲା। ଗୁରୁତର ଅବସ୍ଥାରେ ସୋସୋ ଥାନା ଢେଙ୍କା ଗ୍ରାମର ବଳଭଦ୍ର ନାଏକ (୩୪)ଙ୍କୁ କେନ୍ଦୁଝର ମୁଖ୍ୟ ଚିକିସତ୍ାଳୟକୁ ଅଣାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଗତକାଲି ରାତିରେ ଟ୍ରକ୍‌ ପାର୍କିଂ କରି ରାଙ୍କି ପେଟ୍ରୋଲ ପମ୍ପ ନିକଟରେ ଥିବା ଢାବାକୁ ଖାଇବାକୁ ଯିବା ସମୟରେ ଏହି ଅଘଟଣ ଘଟିଥିଲା। ଦୁର୍ଘଟଣା ଘଟାଇଥିବା ହାଇଓ୍ବା ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛନ୍ତି। ଖବର ପାଇ ଟାଉନ ପୋଲିସ ଦୁର୍ଘଟଣା ଘଟାଇଥିବା ହାଇଓ୍ବା ଓଡି ୦୯ ପି ୬୬୯୮କୁ ଜବତ କରିବା ସହ ଘଟଣାର ତଦନ୍ତ ଚାଲିଛି ବୋଲି ଟାଉନ ଥାନା ଏସ୍‌ଆଇ ମେରୀ କେରକେଟା କହିଛନ୍ତ।

ଅନ୍ୟପକ୍ଷରେ ମୃତଦେହ ବ୍ୟବଚ୍ଛେଦ ପରେ ଗୁରୁବାର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଏନେଇ ୧୮୧/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛିବୋଲି ଏଏସ୍‌ଆଇ ଅନାମ ଚରଣ ମହାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri