ରେଳ ଧାରଣାକୁ ଖସିପଡ଼ିଲା ହାଇଓ୍ବା

ଭୁବନ, ୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ଯମୁନାକୋଟ ଗ୍ରାମ ନିକଟ ରେଳଧାରଣାରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା (ନଂ. ଓଡ଼ି ୦୪ ଏନ୍‌ ୧୦୯୬) ଭାରସାମ୍ୟ ହରାଇ ଓଭରବ୍ରିଜ୍‌ ଉପରୁ ରେଳଧାରଣାକୁ ଖସିପଡ଼ିଛି। ଏଥିରେ ଡ୍ରାଇଭର ପ୍ରଶାନ୍ତ ପାତ୍ର ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ଯାଜପୁର ଜିଲା ଡୁବୁରି ଅଞ୍ଚଳର ଉକ୍ତ ହାଇଓ୍ବା ଯମୁନାକୋଟ ଓଢ଼ଣା ବାଲିଘାଟକୁ ବାଲି ଆଣିବାକୁ ଯାଉଥିଲା। ୫୩ନଂ ଜାତୀୟ ରାଜପଥର ମାର୍ଥାପୁର-ଯମୁନାକୋଟ ରାସ୍ତାରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଗାଡ଼ିଟି ୨୦ ଫୁଟ ଉଚ୍ଚ ରେଲଓ୍ବେ ଓଭରବ୍ରିଜ୍‌ରୁ ରେଳଲାଇନ୍‌କୁ ଖସିପଡ଼ିଥିଲା। ରେଳ ଧାରଣାରେ ଛିଟିକି ପଡ଼ିଥିବା ଡ୍ରାଇଭର ପ୍ରଶାନ୍ତଙ୍କୁ ୧୦୮ ଆମ୍ବୁଲାନ୍ସରେ ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ତାଙ୍କ ଅଣ୍ଟାରେ ଶକ୍ତ ଆଘାତ ଲାଗିଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ରେଳଧାରଣା ଉପରେ ଗାଡ଼ି ପଲଟିଯାଇଥିବାରୁ ମାଲବାହୀ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହେବା ଆଶଙ୍କା ଦେଖାଦେଇଛି। ଅନ୍ୟପଟେ ଭୁବନ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri