ଗାଡ଼ିଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ,୧୬ା୯: ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟ ରାସ୍ତାରେ ଶୁକ୍ରବାର  ଜଣେ ଛାତ୍ରୀ ସାଇକେଲରେ କଲେଜ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍ଥାନୀୟ ଜମିଦାରପଡ଼ାର ଲିଜା ଧୁରୁଆ(୧୭)। ଛାତ୍ରୀ ଜଣକ ଅର୍ଡା କଲେଜରେ ଯୁକ୍ତ ୨ ଦ୍ବିତୀୟ ବର୍ଷର ଛାତ୍ରୀ ଥିଲେ। ଦୁର୍ଘଟଣା ସମ୍ପର୍କରେ ଖବରପାଇ ସ୍ଥାନୀୟ ପଡ଼ାର ଶତାଧିକ ମହିଳା ଓ ପୁରୁଷ କ୍ଷତିପୂରଣ, ରାସ୍ତା ଉନ୍ନତିକରଣ, ରାସ୍ତାରେ ଭାରୀଯାନ ଚଳାଚଳ ବନ୍ଦ, ଯାନବାହନ ଗତି ନିୟନ୍ତ୍ରଣ ପାଇଁ ରାସ୍ତାରେ ସ୍ପିଡ୍‌ ବ୍ରେକର ଲଗାଇବା ଆଦି ଦାବି ନେଇ ରାସ୍ତାରୋକୋ କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି। ଫଳରେ ରାସ୍ତାରେ ଶତାଧିକ ଯାନବାହନ ଅଟକି ରହିଛି। ଖବରପାଇ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଜାରି ରଖିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ତହସିଲଦାର ବସନ୍ତ ହାତୀ, ଏସ୍‌ଡିପିଓ ନିର୍ମଳ ମହାପାତ୍ର ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri