ରାଜପଥର ଡିସ୍‌ପ୍ଲେ ବୋର୍ଡ ଟାଣି ନେଲା ହାଇଓ୍ବା

ବଡ଼ବିଲ,୨୧ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରସାହି- ନାଲଦା ୧୦ନମ୍ବର ରାଜ୍ୟ ରାଜ୍ୟପଥ ଦେଇ ବେପରୁଆ ଭାରିଯାନ ଚାଳନା ମାତ୍ରାଧିକ ହୋଇଛି। ଅନେକ ସମୟରେ ଭାରିଯାନଗୁଡିକ ରାସ୍ତାର ଡିଭାଇଡରକୁ ଭାଙ୍ଗି ଡେଇଁ ଯାଉଥିବା ବେଳେ ଦ୍ରୁତଗତି ଯୋଗୁ ଦୁର୍ଘଟଣାରେ ଧନଜୀବନ ନଷ୍ଟ ହେଉଥିବା ନଜିର ରହିଛି। ସେହିଭଳି ଗୁରୁବାର ସକାଳେ ଏକ ଦୁର୍ଘଟଣା ଘଟିଥିଲେ ହେଁ ଜନଜୀବନ ସୁରକ୍ଷିତ ଥିବା ଜଣାପଡ଼ିଛି। ଏକ ହାଇଓ୍ବା ଟ୍ରକ ଭଦ୍ରସାହିରୁ ବଡ଼ବିଲ ଆଡ଼କୁ ଦ୍ରୁତଗତିରେ ଆସୁଥିବା ବେଳେ ଟ୍ରକର ଟେକିଥିବା ଡାଲା ରାଜପଥର ଡିସ୍‌ପ୍ଲେ ବୋର୍ଡ ଟାଣିନେଇଥିଲା। ଫଳରେ ଟ୍ରକ୍‌ର ସମ୍ମୁଖ ଭାଗ ଉପରକୁ ଟେକି ହୋଇଯାଇଥିଲା। ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri