ହାଇଓ୍ବା-କାର୍‌ ମୁହାଁମୁହିଁ: ଚାଲିଗଲା ୪ ଜଣଙ୍କ ଜୀବନ

କେନ୍ଦୁଝର,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ଏକ ହାଇଓ୍ବା ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ବସିଥିବା ଦୁଇ ଭାଇ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି। କାର ଓ ହାଇଓ୍ବା ଚାଳକ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିଯାଇଥିବା ବେଳେ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ ଘର ଘଟଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ମୃତକମାନେ ହେଲେ ପିପିଳିଆ ଗ୍ରାମର ନରୋତମ ସିଂ (୬୫) ଓ ତାଙ୍କ ଭାଇ ହୃଷିକେଶ ସିଂ (୫୮)। ଅନ୍ୟ ଦୁଇ ଜଣ ଚିତ୍ତରଞ୍ଜନ ନାଏକ (୫୦) ଏବଂ ପାଖ ସରାଶପଶି ଗ୍ରାମର ପ୍ରକାଶ ନାଏକ (୪୫)। ସେହିପରି କାର୍‌ ଚାଳକ ବୃନ୍ଦାବନପୁରର ତପନ କୁମାର ନାଏକ ଆହତ ହୋଇ ଚିକିତ୍ସିତ ଥିବା ବେଳେ ହାଇଓ୍ବା ଚାଳକ୍‌ଙ୍କ ପରିଚୟ ମିଳିନାହିଁ।
ସୂଚନାଯୋଗ୍ୟ, କାର୍‌ରେ ଡ୍ରାଇଭର ସମେତ ୫ଜଣ ଅପରାହ୍ନରେ କେନ୍ଦୁଝରକୁ ମେଳା ଦେଖିବାକୁ ଆସୁଥିଲେ। ଏହି ସମୟରେ କେନ୍ଦୁଝର ଆଡୁକ୍ଷୀପ୍ର ଗତିରେ ଆସୁଥିବା ଏକ ହାଇଓ୍ବା ଟ୍ରକ୍‌ କର୍‌କୁ ଧକ୍କା ଦେଇଥିଲା।।ଦୁର୍ଘଟଣା ପରେ ଦୁଇଟି ଯାକ ଗାଡି ରାସ୍ତା ତଳକୁ ଖସି ପଡିଥିଲା।ତେବେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କ ମୃତ୍ୟୁ ହୋଇଥିଲା।
ଅନ୍ୟପଟେ,ଘଟଣାସ୍ଥଳ ରାସ୍ତାର ମରାମତି କାମ ଏଆରଏସଏସ ସଂସ୍ଥା କରୁଥିବା ବେଳେ ନିର୍ଦ୍ଧାରିତ ସମୟରେ ନିର୍ମାଣ କାମ ସରୁନଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକ କହିଛନ୍ତି। ତେବେ ଏହାକୁ ନେଇ ଘଟଣାସ୍ଥଳରେ ଉତେଜନା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri