Posted inଜାତୀୟ

ଅନନ୍ତନାଗରେ ପୋଲିସକୁ ସଫଳତା, ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ନିହତ

ଶ୍ରୀନଗର,୫ ।୬: ଜମ୍ମୁ-କଶ୍ମୀରରେ କିଛି ଦିନ ହେବ କିଛି ଆତଙ୍କବାଦୀ ସଙ୍ଗଠନ ସକ୍ରିୟ ହୋଇ ଯାଇଥିବା ଦେଖାଯାଇଛି । ଆଉ ଏହି ସଙ୍ଗଠନ କଶ୍ମୀରୀ ପଣ୍ଡିତଙ୍କ ସମେତ ସାଧାରଣ ଲୋକଙ୍କୁ ବି ଟାର୍ଗେଟ କରୁଛନ୍ତି । ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜମ୍ମୁ-କଶ୍ମୀର ପୋଲିସ ସହ ସୁରକ୍ଷାକର୍ମୀ ମିଳିତ ଭାବେ କିଛି ଅଞ୍ଚଳରୁ ଆତଙ୍କବାଦୀଙ୍କୁ ସଫା କରୁଛନ୍ତି ।
ସଦ୍ୟ ସୂଚନା ଅନୁଯାୟୀ, ଶନିବାର ଜମ୍ମୁ-କଶ୍ମୀର ପୋଲିସକୁ ବଡ ସଫଳତା ମିଳିଛି । ଅନନ୍ତନାଗ ଜିଲାରେ ପ୍ରତିବନ୍ଧିତ ଆତଙ୍କବାଦୀ ସଙ୍ଗଠନ ହିଜବୁଲ ମୁଜାହିଦ୍ଦିନର ଜଣେ କମାଣ୍ଡର ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଛନ୍ତି । ଏହାପରେ ପୋଲିସ ସୂଚନା ଦେଇଛି କି ଉକ୍ତ ଆତଙ୍କବାଦୀଙ୍କ ନିକଟରୁ ଏକେ ୪୭ ରାଇଫଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି ।
ଜମ୍ମୁ-କଶ୍ମୀର ପୋଲିସର ମହାନିର୍ଦ୍ଦେଶକ ବିଜୟ କୁମାର କହିଛନ୍ତି, ସୁରକ୍ଷାକର୍ମଙ୍କ ସହ ମୁହାଁମୁହିଁ ହେବା ସମୟରେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର କମାଣ୍ଡର ନିସାର ଖାଣ୍ଡେ ନିହତ ହୋଇଛନ୍ତି । ତାଙ୍କ ନିକଟରୁ ଏକେ ୪୭ ରାଇଫଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି । ଏବେବି ସେଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri