Posted inଜାତୀୟ

ଅନନ୍ତନାଗରେ ପୋଲିସକୁ ସଫଳତା, ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ନିହତ

ଶ୍ରୀନଗର,୫ ।୬: ଜମ୍ମୁ-କଶ୍ମୀରରେ କିଛି ଦିନ ହେବ କିଛି ଆତଙ୍କବାଦୀ ସଙ୍ଗଠନ ସକ୍ରିୟ ହୋଇ ଯାଇଥିବା ଦେଖାଯାଇଛି । ଆଉ ଏହି ସଙ୍ଗଠନ କଶ୍ମୀରୀ ପଣ୍ଡିତଙ୍କ ସମେତ ସାଧାରଣ ଲୋକଙ୍କୁ ବି ଟାର୍ଗେଟ କରୁଛନ୍ତି । ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜମ୍ମୁ-କଶ୍ମୀର ପୋଲିସ ସହ ସୁରକ୍ଷାକର୍ମୀ ମିଳିତ ଭାବେ କିଛି ଅଞ୍ଚଳରୁ ଆତଙ୍କବାଦୀଙ୍କୁ ସଫା କରୁଛନ୍ତି ।
ସଦ୍ୟ ସୂଚନା ଅନୁଯାୟୀ, ଶନିବାର ଜମ୍ମୁ-କଶ୍ମୀର ପୋଲିସକୁ ବଡ ସଫଳତା ମିଳିଛି । ଅନନ୍ତନାଗ ଜିଲାରେ ପ୍ରତିବନ୍ଧିତ ଆତଙ୍କବାଦୀ ସଙ୍ଗଠନ ହିଜବୁଲ ମୁଜାହିଦ୍ଦିନର ଜଣେ କମାଣ୍ଡର ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଛନ୍ତି । ଏହାପରେ ପୋଲିସ ସୂଚନା ଦେଇଛି କି ଉକ୍ତ ଆତଙ୍କବାଦୀଙ୍କ ନିକଟରୁ ଏକେ ୪୭ ରାଇଫଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି ।
ଜମ୍ମୁ-କଶ୍ମୀର ପୋଲିସର ମହାନିର୍ଦ୍ଦେଶକ ବିଜୟ କୁମାର କହିଛନ୍ତି, ସୁରକ୍ଷାକର୍ମଙ୍କ ସହ ମୁହାଁମୁହିଁ ହେବା ସମୟରେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର କମାଣ୍ଡର ନିସାର ଖାଣ୍ଡେ ନିହତ ହୋଇଛନ୍ତି । ତାଙ୍କ ନିକଟରୁ ଏକେ ୪୭ ରାଇଫଲ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି । ଏବେବି ସେଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri