Posted inଜାତୀୟ

ହିଜବୁଲ କମାଣ୍ଡର ଶୌକତ ଅହମ୍ମଦ ଆତଙ୍କବାଦୀ ଘୋଷିତ…

ନୂଆଦିଲ୍ଲୀ,୪।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପୁଣି ଆତଙ୍କବାଦ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାର ହିଜବୁଲ ମୁଜାହିଦ୍ଦିନର ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବେଆଇନ କାର୍ଯ୍ୟକଳାପ ଅଧିନିୟମ ଅନୁଯାୟୀ ସରକାର ଏହି ଆତଙ୍କବାଦୀ ସଂଗଠନର ଦୁଇଜଣ ସଦସ୍ୟଙ୍କୁ ଆତଙ୍କବାଦୀ ବୋଲି ଘୋଷଣା କରିଛନ୍ତି।

ହିଜବୁଲ ମୁଜାହିଦ୍ଦିନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ସରକାର ହିଜବଲ ମୁଜାହିଦ୍ଦିନର ମୁଖ୍ୟ ଲଞ୍ଚ କମାଣ୍ଡର ଶୌକତ ଅହମ୍ମଦ ଶେଖଙ୍କୁ ବେଆଇନ କାର୍ଯ୍ୟକଳାପ ଅଧିନିୟମ ୧୯୬୭ ଅନ୍ତର୍ଗତ ଆତଙ୍କବାଦୀ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରରେ ଆତଙ୍କବାଦ ତଥା ହିଂସା ବିସ୍ତାର ଅଭିଯୋଗ ତାଙ୍କ ବିରୋଧରେ ରହିଛି।

ହିଜବୁଲ ମୁଜାହିଦ୍ଦିନର ଇମତିଆଜ ଅହମ୍ମଦ କାଣ୍ଡୁଙ୍କ ବିରୋଧରେ ମଧ୍ୟ କେନ୍ଦ୍ର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଇମତିଆଜ ଅହମ୍ମଦ କାଣ୍ଡୁ କଶ୍ମୀର ଉପତ୍ୟକାରେ ଆତଙ୍କବାଦୀ କାର୍ଯ୍ୟକଳାପ କରି ଯୁବକମାନଙ୍କୁ ଆତଙ୍କବାଦୀ ଗୋଷ୍ଠୀରେ ଯୋଗଦେବା ପାଇଁ ଭ୍ରମିତ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri