Posted inଜାତୀୟ

ଆତଙ୍କ ଖେଳାଇଲା HMPV, ଜାଣନ୍ତୁ କେଉଁ କେଉଁ ରାଜ୍ୟରେ ବ୍ୟାପିଲା

ନୂଆଦିଲ୍ଲୀ,୮।୧: ଚାଇନା ପରେ ହ୍ୟୁମାନ ମେଟାନ୍ୟୁମୋଭାଇରସ (HMPV) ବର୍ତ୍ତମାନ ଭାରତରେ ପଶିଛି। ଯାହାକୁ ନେଇ ସାରା ଦେଶରେ ଏବେ ଆତଙ୍କ ଖେଳିଯାଇଛି। କର୍ନାଟକ, ତାମିଲନାଡୁ ପରେ ଏବେ ମୁମ୍ବାଇରେ ଏକ ନୂଆ ମାମଲା ଦେଖିବାକୁ ମିଳିଛି। ମୁମ୍ବାଇର ପୋୱାଇର ହିରାନନ୍ଦାନୀ ଡାକ୍ତରଖାନାର ଜଣେ ୬ମାସର ଶିଶୁଠାରେ ଏଚଏମପିଭି ମାମଲା ଦେଖାଦେଇଛି। ତେବେ ଏହି ଭୂତାଣୁ ଏବେ ଭାରତରେ ୮ଜଣଙ୍କୁ ସଂକ୍ରମିତ କରିଛି। ବେଙ୍ଗାଲୁରୁ, ନାଗପୁର ଏବଂ ତାମିଲନାଡୁରେ ଦୁଇଟି ମାମଲା ଏବଂ ଅହମ୍ମଦାବାଦ ଏବଂ ମୁମ୍ବାଇରେ ଗୋଟିଏ ମାମଲା ରୁଜୁ ହୋଇଛି।

ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସହ ଜଡିତ ମାମଲା ବୃଦ୍ଧି ହେତୁ ଭାରତୀୟମାନେ ମଧ୍ୟ ଭୟଭୀତ ହେବାକୁ ଲାଗଛନ୍ତି। କିଛି ଲୋକ ଏହି ରୋଗକୁ କୋଭିଡ -19 ସହିତ ତୁଳନା କରିବା ଆରମ୍ଭ କରିଛନ୍ତି। ଏହାକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କହିଛନ୍ତି ଯେ HMPV ଏକ ନୂଆ ଭୂତାଣୁ ନୁହେଁ।

ମୁମ୍ବାଇରେ ଚିହ୍ନଟ ହୋଇଥିବା ୬ମାସର ଝିଅଟି ଜାନୁଆରୀ ୧ରେ, କାଶ, ଛାତି ଟାଣିବା ଏବଂ ଅମ୍ଳଜାନ ସ୍ତର ୮୪ ପ୍ରତିଶତକୁ ଖସିଯିବା କାରଣରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଟେଷ୍ଟ ପରେ ଜଣାପଡିଥିଲା କି ଝିଅଟି HMPV ଦ୍ୱାରା ସଂକ୍ରମିତ।

HMPV ହେଉଛି ଏକ ଭୂତାଣୁ ଯାହା ମଣିଷ ଫୁସଫୁସ ଏବଂ ଶ୍ୱାସକ୍ରିୟାରେ ସଂକ୍ରମଣ ସୃଷ୍ଟି କରେ। ଏହା ସାଧାରଣ ଥଣ୍ଡା କିମ୍ବା ଫ୍ଲୁ ପରି ଅବସ୍ଥା ସୃଷ୍ଟି କରେ। ଯେଉଁମାନେ ପୂର୍ବରୁ ଅସୁସ୍ଥ ଅଛନ୍ତି କିମ୍ବା ଆଲର୍ଜିରେ ପୀଡିତ ସେମାନଙ୍କଠାରେ HMPV ସଂକ୍ରମଣ ସାଧାରଣ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?