Posted inଜାତୀୟ

ବଢିଲାଣି HMPV ସଂକ୍ରମଣ! ଭୟଭୀତ ହୋଇପଡୁଛନ୍ତି ଜନତା, କର୍ନାଟକ ପରେ ଏବେ ଗୁଜରାଟ

ନୂଆଦିଲ୍ଲୀ,୬।୧: ଚାଇନାରେ ବ୍ୟାପିଥିବା ମାନବ ମେଟାପ୍ନୁମୋଭାଇରସ (HMPV) ସଂକ୍ରମଣ ଏବେ ଭାରତରେ ପହଞ୍ଚିଛି। ସୂଚନା ଦେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) କହିଛି ଯେ କର୍ନାଟକରେ ଦୁଇଟି ଏଚଏମପିଭି ଭେଇରସ ସଂକ୍ରମିତ ହୋଇଛି।

ଏହା ବ୍ୟତୀତ ଗୁଜୁରାଟରେ ଏକ ମାମଲା ମଧ୍ୟ ସାମ୍ନାକୁ ଆସିଛି। ଶିଶୁଟିକୁ ଅହମ୍ମଦାବାଦର ଚାନ୍ଦକେଡା ଅଞ୍ଚଳର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କର୍ନାଟକ ସରକାର କହିଛନ୍ତି ଯେ ଏହି ଜୀବାଣୁକୁ ନେଇ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ। ସୂଚନାଯୋଗ୍ୟ, ଯେ ଏହି ଦୁଇଟି କ୍ଷେତ୍ରରେ ଆନ୍ତର୍ଜାତୀୟ ଭ୍ରମଣର କୌଣସି ଇତିହାସ ନାହିଁ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ଏହି ସୂଚନା ଦେଇଛି। ମନ୍ତ୍ରଣାଳୟ କହିଛି ଯେ ତିନି ମାସର ଝିଅଟି ‘ବ୍ରୋଙ୍କୋନ୍ୟୁମୋନିଆ’ରେ ପୀଡିତ ଥିଲା ଏବଂ ତାଙ୍କୁ ବେଙ୍ଗାଲୁରୁର ବାପଟିଷ୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ତାଙ୍କୁ ଏଚଏମପିଭି ସଂକ୍ରମିତ ହୋଇଥିବା ଜଣାପଡିଥିଲା। ସେ ପୂର୍ବରୁ ଡାକ୍ତରଖାନାରୁ ଡିସଚାର୍ଜ ହୋଇସାରିଛନ୍ତି। ବ୍ରୋଙ୍କୋପ୍ନୁମୋନିଆରେ ପୀଡିତ ଜଣେ ଆଠ ମାସର ଶିଶୁକୁ ଜାନୁୟାରୀ ୩ରେ ବାପଟିଷ୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ପରୀକ୍ଷଣ ପରେ ତାଙ୍କୁ HMPV ସଂକ୍ରମିତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଶିଶୁର ସ୍ବାସ୍ଥ୍ୟରେ ଉନ୍ନତି ଆସୁଛି ବୋଲି କୁହାଯାଉଛି। ମନ୍ତ୍ରଣାଳୟ ସୂଚାଇ ଦେଇଛି ଯେ ଉଭୟ ରୋଗୀଙ୍କ କୌଣସି ଆନ୍ତର୍ଜାତୀୟ ଭ୍ରମଣ ଇତିହାସ ନାହିଁ।
ମନ୍ତ୍ରଣାଳୟ କହିଛି ଯେ ସାରା ଦେଶରେ ହୋଇଥିବା ପ୍ରସ୍ତୁତିରୁ ଜଣାପଡିଛି ଯେ ଶ୍ୱାସକ୍ରିୟା ରୋଗର ସମ୍ଭାବ୍ୟ ବୃଦ୍ଧି ସହ ମୁକାବିଲା କରିବାକୁ ଭାରତ ପ୍ରସ୍ତୁତ ଏବଂ ଆବଶ୍ୟକ ସ୍ଥଳେ ଜନସ୍ବାସ୍ଥ୍ୟ ପଦକ୍ଷେପ ତୁରନ୍ତ କାର୍ଯ୍ୟକାରୀ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri