ଭାରତରେ ପ୍ରବେଶ କଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌: ୮ ମାସର ଝିଅ ସଂକ୍ରମିତ

ବେଙ୍ଗାଲୁରୁ,୬।୧: ଚାଇନାର ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ (ଏଚ୍‌ଏମ୍‌ପିଭି) ଭାଇରସ୍‌ ଭାରତରେ ପହଞ୍ଚିଛି। ଏହାର ପ୍ରଥମ ମାମଲା ବେଙ୍ଗାଲୁରୁରୁ ଆସିଛି। ସୂଚନାନୁସାରେ, ଜଣେ ୮ ମାସର ଝିଅ ଏହା ଦ୍ୱାରା ସଂକ୍ରମିତ ହୋଇଛି। ଏହି ମାମଲା ସହରର ବାପ୍ଟିଷ୍ଟ ହସ୍ପିଟାଲରେ ଜଣାପଡିଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ କହିଛି ଯେ, ହସ୍ପିଟାଲରର ଲାବୋରେଟୋରୀରେ କରାଯାଇଥିବା ପରୀକ୍ଷଣରେ ଏଚ୍‌ଏମ୍‌ପିଭ ଭାଇରସ୍‌ ନିଶ୍ଚିତ ହୋଇଛି। କର୍ନାଟକ ସ୍ବାସ୍ଥ୍ୟ ବିଭାଗ ଏହି ସୂଚନା କେନ୍ଦ୍ର ସରକାରଙ୍କୁ ଦେଇଛି।
ସୂଚନାଯୋଗ୍ୟ,୨୦୨୦ରେ ବିଶ୍ୱକୁ ଆସିଥିବା କରୋନା ମହାମାରୀ ପରେ ଚାଇନାରେ ଏଚ୍‌ଏମ୍‌ପିଭି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ହସ୍ପିଟାଲରେ ବଢିବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ଯେ, ହସ୍ପିଟାଳରେ ବେଡ୍‌ରେ ଅଭାବ ଦେଖାଯାଇଛି। କେବଳ ଏତିକି ନୁହେଁ, ଶ୍ମଶାନରେ ବି ଶବଦାହ ପାଇଁ ସ୍ଥାନ ମିଳୁନି। ଏହି ଭାଇରସ୍‌ ଚାଇନାରେ କରୋନା ପରି ହଇଚଇ ସୃଷ୍ଟି କରୁଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଖବର ଅନୁଯାୟୀ, ଏଚ୍‌ଏମ୍‌ପିଭି ହେତୁ ବହୁ ସଂଖ୍ୟକ ଲୋକ ଅସୁସ୍ଥ ହୋଇପଡିଛନ୍ତି।

ଚାଇନାର ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ, ଏଚ୍‌ଏମ୍‌ପିଭି, ସ୍ବାଇନ ଫ୍ଲୁ ଏ, ମାଇକୋପ୍ଲାଜମା ନିମୋନିଆ ଏବଂ କୋଭିଡ-୧୯ ଭଳି ଅନେକ ଭାଇରସ୍‌ ଏକାସାଙ୍ଗରେ ବିସ୍ତାର କରୁଛି। ଫଳରେ ଚାଇନାର ଅବସ୍ଥା ବିଗିଡିବାରେ ଲାଗିଛି ଏବଂ ଚାଇନା ସରକାର ଏହି ନୂତନ ଭାଇରସ୍‌ ବିଷୟରେ ସଠିକ ସୂଚନା ଦେଉନାହାଁନ୍ତି ବୋଲି ଲୋକମାନେ ଚିନ୍ତା କରୁଛନ୍ତି। ଚାଇନାର ସ୍ବାସ୍ଥ୍ୟ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି।
ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ ପାଇଁ ବର୍ତ୍ତମାନ କୌଣସି ଟିକା ଉପଲବ୍ଧ ନାହିଁ। ଏହାର ଲକ୍ଷଣ ସାଧାରଣ ଥଣ୍ଡା ପରି, କିନ୍ତୁ ଏହା ଗୁରୁତର ସଂକ୍ରମଣ ମଧ୍ୟ କରିପାରେ। ୧୪ ବର୍ଷରୁ କମ ପିଲାମାନଙ୍କ ମଧ୍ୟରେ ମାମଲା ବଢିବାରେ ଲାଗିଛି, ଯେଉଁ କାରଣରୁ ଚାଇନାର ସ୍ବାସ୍ଥ୍ୟ ଅଧିକାରୀମାନେ ଚିନ୍ତିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri