ଭାରତରେ ପ୍ରବେଶ କଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌: ୮ ମାସର ଝିଅ ସଂକ୍ରମିତ

ବେଙ୍ଗାଲୁରୁ,୬।୧: ଚାଇନାର ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ (ଏଚ୍‌ଏମ୍‌ପିଭି) ଭାଇରସ୍‌ ଭାରତରେ ପହଞ୍ଚିଛି। ଏହାର ପ୍ରଥମ ମାମଲା ବେଙ୍ଗାଲୁରୁରୁ ଆସିଛି। ସୂଚନାନୁସାରେ, ଜଣେ ୮ ମାସର ଝିଅ ଏହା ଦ୍ୱାରା ସଂକ୍ରମିତ ହୋଇଛି। ଏହି ମାମଲା ସହରର ବାପ୍ଟିଷ୍ଟ ହସ୍ପିଟାଲରେ ଜଣାପଡିଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ କହିଛି ଯେ, ହସ୍ପିଟାଲରର ଲାବୋରେଟୋରୀରେ କରାଯାଇଥିବା ପରୀକ୍ଷଣରେ ଏଚ୍‌ଏମ୍‌ପିଭ ଭାଇରସ୍‌ ନିଶ୍ଚିତ ହୋଇଛି। କର୍ନାଟକ ସ୍ବାସ୍ଥ୍ୟ ବିଭାଗ ଏହି ସୂଚନା କେନ୍ଦ୍ର ସରକାରଙ୍କୁ ଦେଇଛି।
ସୂଚନାଯୋଗ୍ୟ,୨୦୨୦ରେ ବିଶ୍ୱକୁ ଆସିଥିବା କରୋନା ମହାମାରୀ ପରେ ଚାଇନାରେ ଏଚ୍‌ଏମ୍‌ପିଭି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ହସ୍ପିଟାଲରେ ବଢିବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ଯେ, ହସ୍ପିଟାଳରେ ବେଡ୍‌ରେ ଅଭାବ ଦେଖାଯାଇଛି। କେବଳ ଏତିକି ନୁହେଁ, ଶ୍ମଶାନରେ ବି ଶବଦାହ ପାଇଁ ସ୍ଥାନ ମିଳୁନି। ଏହି ଭାଇରସ୍‌ ଚାଇନାରେ କରୋନା ପରି ହଇଚଇ ସୃଷ୍ଟି କରୁଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଖବର ଅନୁଯାୟୀ, ଏଚ୍‌ଏମ୍‌ପିଭି ହେତୁ ବହୁ ସଂଖ୍ୟକ ଲୋକ ଅସୁସ୍ଥ ହୋଇପଡିଛନ୍ତି।

ଚାଇନାର ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ, ଏଚ୍‌ଏମ୍‌ପିଭି, ସ୍ବାଇନ ଫ୍ଲୁ ଏ, ମାଇକୋପ୍ଲାଜମା ନିମୋନିଆ ଏବଂ କୋଭିଡ-୧୯ ଭଳି ଅନେକ ଭାଇରସ୍‌ ଏକାସାଙ୍ଗରେ ବିସ୍ତାର କରୁଛି। ଫଳରେ ଚାଇନାର ଅବସ୍ଥା ବିଗିଡିବାରେ ଲାଗିଛି ଏବଂ ଚାଇନା ସରକାର ଏହି ନୂତନ ଭାଇରସ୍‌ ବିଷୟରେ ସଠିକ ସୂଚନା ଦେଉନାହାଁନ୍ତି ବୋଲି ଲୋକମାନେ ଚିନ୍ତା କରୁଛନ୍ତି। ଚାଇନାର ସ୍ବାସ୍ଥ୍ୟ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି।
ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ ପାଇଁ ବର୍ତ୍ତମାନ କୌଣସି ଟିକା ଉପଲବ୍ଧ ନାହିଁ। ଏହାର ଲକ୍ଷଣ ସାଧାରଣ ଥଣ୍ଡା ପରି, କିନ୍ତୁ ଏହା ଗୁରୁତର ସଂକ୍ରମଣ ମଧ୍ୟ କରିପାରେ। ୧୪ ବର୍ଷରୁ କମ ପିଲାମାନଙ୍କ ମଧ୍ୟରେ ମାମଲା ବଢିବାରେ ଲାଗିଛି, ଯେଉଁ କାରଣରୁ ଚାଇନାର ସ୍ବାସ୍ଥ୍ୟ ଅଧିକାରୀମାନେ ଚିନ୍ତିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍‌ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର...

ଖାତା କଲମରେ ହେବ ନିଟ୍ ୟୁଜି ୨୦୨୫ ପରୀକ୍ଷା

ନୂଆଦିଲ୍ଲୀ,୧୬।୧: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଘୋଷଣା କରିଛି ଯେ ନ୍ୟାସନାଲ ଏଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ ଟେଷ୍ଟ ବା NEET (UG)-୨୦୨୫ ପେନ୍ ଆଣ୍ଡ୍ ପେପର୍ ମୋଡ୍ (OMR-ଆଧାରିତ)...

ସ୍ମୃତି-ନୁପୁରଙ୍କୁ ମିଳିଲା ନାହିଁ ଟିକେଟ ସମସ୍ତ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ୬୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଜେଡିୟୁ ଏବଂ ଏଲଜେପିକୁ...

କିଏ କରିଥିଲା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ

ମୁମ୍ବାଇ,୧୬।୧: ବୁଧବାର ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣ କିଏ ଆଉ କାହିଁକି କରିଛି...

୮ମ ବେତନକୁ ମଞ୍ଜୁରୀ: ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ, କେତେ ବଢିଯିବ ଦରମା, ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୧: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଲକ୍ଷ ଲକ୍ଷ କର୍ମଚାରୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରୀୟ କ୍ୟାବିନେଟ ସମସ୍ତ କଳ୍ପନାଜଳ୍ପନାକୁ...

ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୧: ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ...

ଅପରେଶନ ପରେ ବିପଦମୁକ୍ତ ସୈଫ

ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ ଛୁରୀରେ ଆକ୍ରମଣ ହୋଇଛି। ଏହା ପରେ ତାଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ...

୧୦ ହଜାର ପାକିସ୍ତାନୀଙ୍କୁ ଜେଲ ପଠାଇଲେ ସାଉଦି ପ୍ରିନ୍ସ

ରିୟାଦ,୧୬।୧: ପାକିସ୍ତାନ ପ୍ରାୟତଃ ଦାବି କରେ ଯେ ଇସଲାମର ଗଡ଼ ସାଉଦି ଆରବ ସହିତ ଏହାର ବହୁତ ଦୃଢ଼ ସମ୍ପର୍କ ଅଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri